ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦିବ୍ୟାଙ୍ଗ ବିଦ୍ୟାଳୟର ପୂର୍ବତନ ସଭାପତି ଓ ବାଚସ୍ପତି ସ୍ବର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଶୋକସଭା ପାଳନ

୭ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର, ଉଦୟଗିରି  :-> ଗୁରୁବାର ଦିବା ୧୧ ଘଟିକା ସମୟରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦୃଷ୍ଟିହୀନ, ବଧିର, ମାନସିକ ଅନଗ୍ରସର ଓ ମସ୍ତିସ୍କ ପକ୍ଷାଘାତ ସ୍ଵତନ୍ତ୍ର ବିଦ୍ୟାଳୟରେ ସ୍ଵର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଶୋକସଭା ପାଳନ କରାଯାଇଛି । ଉକ୍ତ ସଭାରେ ପରିଚାଳକ କମିଟି, ଶିକ୍ଷକ, ଶିକ୍ଷୟିତ୍ରୀ ଓ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ୨ ମିନିଟ୍ ନିରବ ପ୍ରାର୍ଥନା କରିଥିଲେ ।

ତାଙ୍କ ପରିବାରକୁ ସୁଖ ଓ ଶାନ୍ତି ଫେରିଆସୁ ବୋଲି ସଭାରେ ଉପସ୍ଥିତ ସମସ୍ତ ବ୍ୟକ୍ତି ଜଗନ୍ନାଥଙ୍କୁ ଗୁହାରି ଜଣାଇଥିଲେ। ପରିଶେଷରେ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ ସ୍ଵର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କର ଅମର ଆତ୍ମାର ସଦଗତି ନିମନ୍ତେ ଜଗନ୍ନାଥଙ୍କୁ ପ୍ରାର୍ଥନା କରିଥିଲେ ।

 

Exit mobile version