
୮ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନ :-> ଭୁବନ ବ୍ଲକ ଅନ୍ତର୍ଗତ ଏକତାଳି ଗ୍ରାମରେ ବେଆଇନ ଭାବେ ଦେଶୀ ମଦ ରନ୍ଧା ଯାଉଥିବା ସମ୍ପର୍କରେ ଖବର ପାଇ ଭୁବନ ଅବକାରୀ ବିଭାଗ ତରଫରୁ ଆଜି ଅଚାନକ ଚଢ଼ାଉ କରାଯାଇ ୨ ହଜାର ଲିଟର ମହୁଲ ପୋଚ ନଷ୍ଟ କରାଯାଇଥିଲା ଓ ୨୫୦ ଲିଟର ଦେଶୀ ମଦ ଓ ମଦ ରନ୍ଧା ସାମଗ୍ରୀ ଜବତ କରାଯାଇଥିଲା । ଏହି ଘଟଣାରେ ଏକତାଳି ଗ୍ରାମର ରଘୁନାଥ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି ।

