ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ

ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :->  ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଝିଅ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି । ଶନିବାର ଦିଲ୍ଲୀ ସ୍ଥିତ ବାସଭବନରେ ୮୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି ।

ପ୍ରକାଶ ଯେ, ସ୍ୱାମୀ ସୋନି ମେହେଟ୍ଟାଙ୍କର ୨୦୧୯ ପରଲୋକ ଘଟିଥିଲା ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ ହୋଇଥିବା ପଦ୍ମଶ୍ରୀ ପୁରସ୍କାରକୁ ଗତ ୨୦୧୯ ମସିହାରେ ଫେରାଇ ଚର୍ଚ୍ଚାରେ ରହିଥିଲେ। ଆସନ୍ତାକାଲି ସକାଳେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯିବେ ବୋଲି ସୂଚନା ମିଳିଛି ।

Exit mobile version