ଓଡିଶା ତାଜା ନ୍ୟୁଜ୍ (୬ ଜୁଲାଇ ୨୦୨୦ ସୋମବାର) ଭୁବନେଶ୍ୱର :- ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି) ନେତା ବିଷ୍ଣୁ ଦାସଙ୍କ ସୋମବାର ଏଠାରେ ଥିବା ଏକ ଘରୋଇ ଡାକ୍ତରଖାନାରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ 66 ବର୍ଷ ହୋଇଥିଲା । ସେ ଗତ କିଛି ଦିନ ହେବ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ସ୍ଵର୍ଗତ ଦାସ ଛଅ ଥର ବିଧାୟକ ଥିଲେ ।
ସେ 2016 ରେ ରାଜ୍ୟସଭା ସଦସ୍ୟ ଭାବରେ ନିର୍ବାଚିତ ହୋଇଥିଲେ । ମାର୍ଚ୍ଚ 2017 ରେ ଓଡ଼ିଶା ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ଭାବରେ ନିଯୁକ୍ତ ହେବା ପରେ ସେ ରାଜ୍ୟସଭାରୁ ଇସ୍ତଫା ଦେଇଥିଲେ । ସ୍ଵର୍ଗତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଅନେକ ରାଜନୈତିକ ନେତା ଶୋକ ବ୍ୟକ୍ତ କରିବା ସହ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।
