ଜୟପାଟଣା ଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

୨୫ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କଳାହାଣ୍ଡି :-> ଜୟପାଟଣା ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଏସ ଡି ପି ଓ, ଧର୍ମଗଡ଼ ଶ୍ରୀ ଧିରଜ୍ କୁମାର ଚୋପ୍ ଦାର,ବ୍ଲକ୍ ଅଧ୍ୟକ୍ଷ ଶ୍ରୀ ଥବିର ବାଗଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

ଏହି ଜନ ଶୁଣାଣି ଶିବିରରେ ମୋଟ ୭୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା ।

Exit mobile version