ସହିଦ କଷ୍ଟି ଡାକୁଆଙ୍କ ଜୟନ୍ତୀ

୧ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୟାଗଡ :-> ସହିଦ କଷ୍ଟି ଡାକୁଆଙ୍କ ଜୟନ୍ତୀ ଅବସରରେ ପୂଜ୍ୟପୂଜା କମିଟି ତରଫରୁ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ପରିସରରେ ଥିବା କଷ୍ଟି ଡାକୁଆଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏହାପରେ ରାମକୃଷ୍ଣ ବିଦ୍ୟାଳୟର ସଂପାଦକ ଶ୍ରୀଧର ସାହୁଙ୍କ ସଂଯୋଜନା ରେ ଅନୁଷ୍ଠିତ ଏକ ସ୍ମୃତିଚାରଣ ସଭାରେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ଉପସ୍ଥିତ ଛାତ୍ର ଛାତ୍ରୀ ଙ୍କୁ କଷ୍ଟି ଡାକୁଆଙ୍କ ଜୀବନୀ ବିଷୟରେ ଅବଗତ କରାଇଥିଲେ ।

ସହିଦ କଷ୍ଟି ଡାକୁଆ ଅମର ରହେ ସ୍ଲୋଗାନ ରେ ବିଦ୍ୟାଳୟ ପରିସର ପ୍ରକମ୍ପିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ପୂଜ୍ୟପୂଜା କମିଟି ତରଫରୁ ସଂପାଦକ ଅରୁଣ ମହାନ୍ତି, ସଭ୍ୟ ପ୍ରଶନ୍ନ ବସନ୍ତିଆ, ସନ୍ତୋଷ ନାୟକ, ଅବିନାଶ ସାହୁ, ଧୀରେନ୍ଦ୍ର ପଟ୍ଟନାୟକ ଏବଂ ରାମକୃଷ୍ଣ ବିଦ୍ୟାଳୟର ଗୁରୁମା ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ ।

Exit mobile version