ସମର୍ପଣ (ବୃଦ୍ଧାଶ୍ରମ) ରେ ବିଶ୍ବ ବୟୋବୃଦ୍ଧ ଦିବସ

୩ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୟାଗଡ଼ :-> ନୟାଗଡ଼ ଲେଖନପୁର ସ୍ଥିତ ସମର୍ପଣ ଗୃହ ରେ ଆଜି ବିଶ୍ବ ବୟୋବୃଦ୍ଧ ଦିବସ ପାଳନ ହୋଇ ଯାଇଛି। ଏଇ ସପ୍ତାହବ୍ୟାପୀ ବିଶ୍ବ ବୟୋବୃଦ୍ଧ ଦିବସ ପାଳନ ହେବାକୁ ଥିବା ପରିପ୍ରେକ୍ଷୀରେ ଜିଲ୍ଲା ମୁଖ୍ଯ ଚିକିତ୍ସା ଅଧିକାରୀ ରମାକାନ୍ତ ପଣ୍ଡାଙ୍କ ନିର୍ଦ୍ଦେଶରେ ଜିଲ୍ଲା ସ୍ବାସ୍ଥ୍ଯ ସମିତି ତରଫରୁ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ପୁଷ୍ପା ନିଳିମା ଲାକ୍ରା,ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଅଶୋକ କୁମାର ସାହୁ,

ଜିଲ୍ଲା ଅଣସଂକ୍ରାମକ ରୋଗ ପରିଚାଳକ ଦୀନବନ୍ଧୁ ସାହୁ, ସ୍ବାସ୍ଥ୍ଯକର୍ମୀ ସ୍ବପ୍ନେଶ୍ବର ବେହେରା, ଗୋଷ୍ଠୀ ସ୍ବାସ୍ଥ୍ଯ ଅଧିକାରୀ ଅଞ୍ଜଳି ସାହୁ ଓ ଆଶିଷ କୁମାର ମଲ୍ଲିକ ସମର୍ପଣରେ ପହଞ୍ଚି ସମସ୍ତ ଅନ୍ତେବାସୀ ମାନଙ୍କୁ ଫୁଲ ଚନ୍ଦନ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିବା ସହିତ ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲେ ।

ତାପରେ ସମସ୍ତ ଅନ୍ତେବାସୀ ମାନଙ୍କର ସ୍ବାସ୍ଥ୍ଯ ପରୀକ୍ଷା କରିବା ସହିତ ସ୍ବାସ୍ଥ୍ଯ ସୁରକ୍ଷା ଓ ବାର୍ଦ୍ଧକ୍ଯ ଜନିତ ବିଭିନ୍ନ ସମସ୍ଯାର ସମାଧାନ ବିଷୟରେ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ସମର୍ପଣ ପରିଚାଳନା କମିଟିର କାର୍ଯ୍ଯକାରୀ ସଭାପତି ଅରୁଣ କୁମାର ମହାନ୍ତି ଓ ସଂପାଦକ ଶ୍ରୀଧର ସାହୁ, ସଦସ୍ୟ ଶ୍ରୀକାନ୍ତ ପଟ୍ଟନାୟକ ଓ ମ୍ଯାନେଜର ସୀତାରାମ ପ୍ରଧାନ ପ୍ରତ୍ଯେକ୍ଷ ଭାବେ ଉପସ୍ଥିତ ରହି ସହଯୋଗ କରିଥିଲେ । 

Exit mobile version