କର୍ଲାମୁଣ୍ଡା ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର

୦୯ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କଳାହାଣ୍ଡି :-> କର୍ଲାମୁଣ୍ଡା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜିଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ,ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତି କୁନି ସାହୁ,

ବି ଡି ଓ ସୁଚରିତା ମୁଗ୍ରି,ତହସିଲଦାର ମିଳନ କୁମାର ଝାଙ୍କରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ ୧୪୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୧୧୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୨୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା ।

Exit mobile version