ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି

୦୯ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆଜି ସକାଳେ ସ୍ଥାନୀୟ ୟୁନିଟ୍‌ – ୮ ସ୍ଥିତ ଗୋପବନ୍ଧୁ ଛକରେ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ସମେତ ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ, ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ଗୋପବନ୍ଧୁଙ୍କ ଉଦାରତା ଓ ମହାନତାକୁ ସ୍ମରଣ କରିଥିଲେ ।

‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ସମ୍ପାଦିକା କସ୍ତୁରୀ ମହାପାତ୍ର, ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପି୍ରୟଦର୍ଶିନୀ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ, ସୁଶ୍ରୀ ସଙ୍ଗୀତା ମହାରଣା ପ୍ରମୁଖ ଉପସ୍ଥିତ ଥିଲେ ।

Exit mobile version