Home ଓଡ଼ିଶା ନଭେମ୍ବର ୧୪ରୁ ୨୭ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଭାରତ ଆନ୍ତର୍ଜାତୀୟ ବାଣିଜ୍ୟ ମେଳା by Proprietor Abhimanyu Maharana 3 years ago Share on FacebookShare on TwitterWhatsapp • ନୂଆଦିଲ୍ଲୀପ୍ରଗତି ମୈଦାନରେଝଲସିବ ଓଡିଶାର କଳା,ସଂସ୍କୃତି,ହସ୍ତଶିଳ୍ପ ଓ ହସ୍ତତନ୍ତ • ଓଡିଶା ମଣ୍ଡପ ହେବ ଆକର୍ଷଣୀୟ • ବିଶ୍ଵ ଦେଖିବ ଓଡିଶାର ପ୍ରାଚୀନ ବାଣିଜ୍ୟିକ ପରମ୍ପରା ୧୦ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ଵର :-> ଆଗାମୀ ନଭେମ୍ବର ୧୪ରୁ ୨୭ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀସ୍ଥିତ ପ୍ରଗତି ମୈଦାନରେ ୪୨ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୩ଅନୁଷ୍ଠିତ ହେବ । ଚଳିତ ବର୍ଷର ବିଷୟବସ୍ତୁ “ବସୁଧୈବ କୁଟୁମ୍ବକମ୍-ୟୁନାଇଟେଡ୍ ବାଇ ଟ୍ରେଡ୍” ଆଧାରରେଏଥିରେ ଓଡିଶା ଅଂଶଗ୍ରହଣ କରିବା ପାଇଁ ରାଜ୍ୟ ସରକାର ସ୍ଵୀକୃତି ପ୍ରଦାନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଓଡିଶାର ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଆଜି ଏକ ପ୍ରସ୍ତୁତି ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି । ଓଡିଶାର ବାଣିଜ୍ୟିକ ପରମ୍ପରା ବହୁ ପ୍ରାଚୀନ । ପ୍ରାଚୀନ ନୌବାଣିଜ୍ୟ ଠାରୁ ଆରମ୍ଭ କରି ଆଜି ପର୍ଯ୍ୟନ୍ତ ଓଡିଶାର ହସ୍ତତନ୍ତ, ହସ୍ତଶିଳ୍ପ, ବିଭିନ୍ନ କାରୁକାର୍ଯ୍ୟ ଭାରତର ବିଭିନ୍ନ ରାଜ୍ୟ ସମେତ ବିଶ୍ଵବାସୀଙ୍କ ପାଇଁ ଆକର୍ଷଣୀୟ ସାମଗ୍ରୀ ହୋଇଆସିଛି । ଓଡିଶାର ଜଗନ୍ନାଥ ସଂସ୍କୃତି, ଜନଜାତିଙ୍କ ଦ୍ଵାରା ପ୍ରସ୍ତୁତ ବିଭିନ୍ନ ଆଭୂଷଣ ଓ ଅଳଙ୍କାର ଏବଂ ରାଜ୍ୟ ସରକାରଙ୍କ ପ୍ରୋତ୍ସାହନରେ ପ୍ରଗତିଶୀଳ ଓଡିଶାର କୁଟୀର ଶିଳ୍ପ ସମେତ ଓଡିଶାର ମିଲେଟ,ଅଦା ଓ ହଳଦୀ,କୋରାପୁଟ କଫି, ପର୍ଯ୍ୟଟନ,କ୍ରୀଡ଼ା, ଶିଳ୍ପାୟନ ଆଦିକୁ ଓଡିଶା ପାଭିଲିୟନ ମାଧ୍ୟମରେ ବିଶ୍ଵବାସୀଙ୍କ ନିକଟରେ ସଠିକ ଭାବେ ଉପସ୍ଥାପିତ କରିବାକୁ ଉନ୍ନୟନ କମିଶନର ଶ୍ରୀମତୀ ଗର୍ଗ ବୈଠକରେ ଉପସ୍ଥିତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ,ସଚିବ ଓ ନିର୍ଦ୍ଦେଶକମାନଙ୍କୁ ପରାମର୍ଶ ଦେଇଥିଲେ । ଚଳିତ ବର୍ଷ ବାଣିଜ୍ୟ ମେଳାର ଫୁଡ କୋର୍ଟରେ ମଧ୍ୟ ଓଡିଶା ଅଂଶଗ୍ରହଣ କରି ବିଶ୍ଵବାସୀଙ୍କୁ ଓଡିଶାର ଅନନ୍ୟ ସୁସ୍ଵାଦୁ ଖାଦ୍ୟଅନୁଭୂତି ପ୍ରଦାନ କରିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଗତବର୍ଷର ବାଣିଜ୍ୟ ମେଳାରେ ଓଡିଶା ପୁରସ୍କୃତ ହୋଇଥିବାରୁ ଚଳିତ ବର୍ଷ ମଧ୍ୟ ଏହି ପରମ୍ପରାକୁ ବଜାୟ ରଖିବାକୁ ଶ୍ରୀମତୀ ଗର୍ଗ ଗୁରୁତ୍ଵାରୋପ କରିଥିଲେ । ଅନୁଷ୍ଠିତ ଏହି ବୈଠକରେ, ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ସମସ୍ତଙ୍କୁ ସ୍ଵାଗତ କରିବା ସହିତ ଆଲୋଚନା ପାଇଁ ଆବଶ୍ୟକ ତଥ୍ୟ ପ୍ରଦାନ କରିଥିବା ବେଳେ ବିଭାଗର ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ପାୱାର ପଏଣ୍ଟ ମାଧ୍ୟମରେ ବିଭିନ୍ନ ତଥ୍ୟ ଉପସ୍ଥାପନ କରିଥିଲେ । ଉକ୍ତ ବୈଠକରେ ରାଜ୍ୟ ସରକାରଙ୍କ କୃଷି, ପଞ୍ଚାୟତିରାଜ, ପର୍ଯ୍ୟଟନ,ସଂସ୍କୃତି, ବୟନଶିଳ୍ପ, ଏମଏସଏମଇ, ଏସଟି ଓ ଏସସି ଉନ୍ନୟନ ଆଦି ବିଭାଗର ପ୍ରମୁଖ ଶାସନ ସଚିବ, ସଚିବ, ଆୟୁକ୍ତ ଓ ନିର୍ଦ୍ଦେଶକଙ୍କ ସମେତ ସୂଚନା ଓ ଲୋକସମ୍ପର୍କ ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଶଗ୍ରହଣ କରିଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ବୋଲବମ୍ ସେବସଂଘ,ନୟାଗଡ ଆନୁକୁଲ୍ୟରେ ଭଜନ ସମାରୋହ ଅନୁଷ୍ଠିତ by Proprietor Abhimanyu Maharana August 23, 2026 ବଣ୍ଡା ଘାଟିର ସୀତାକୁଣ୍ଡର ରୂପରେଖ ବଦଳିବ : ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ମାଲକାନଗିରି ଜିଲ୍ଲାପାଳ by Proprietor Abhimanyu Maharana August 23, 2026 ୨୦ ଜଣ ବଣ୍ଡା ମହିଳାଙ୍କୁ ନେଇ ମାଳି ଓ ଗହଣା ତିଆରି ଶିଳ୍ପୀ ତାଲିମ କାର୍ଯ୍ୟକ୍ରମ ଶୁଭାରମ୍ଭ by Proprietor Abhimanyu Maharana August 23, 2026 ଶିକ୍ଷାର ଗୁଣାତ୍ମକ ମାନ ଓ ଭିତ୍ତିଭୂମି ବିକାଶ ଉପରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ସମୀକ୍ଷା by Proprietor Abhimanyu Maharana August 23, 2026 ପାରଳାଖେମୁଣ୍ଡି ପୋଲିସ୍ କୁ ମିଳିଛି ବଡ଼ ସଫଳତା.. by Proprietor Abhimanyu Maharana August 23, 2026 ଆଳନ୍ଦିଆ ଗାମୁଛାର ଐତିହ୍ୟ ସୁରକ୍ଷା ସହ ବୁଣାକାରଙ୍କ ଆର୍ଥିକ ବିକାଶ ଉପରେ ଗୁରୁତ୍ୱ by Proprietor Abhimanyu Maharana August 23, 2026