
୧୧ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ସମସ୍ତ ଓଡ଼ିଆ ଓ ଇଂରାଜୀ ଖବର କାଗଜର ପ୍ରଥମ ପୃଷ୍ଠାରେ ରାଜ୍ୟ ସରକାରଙ୍କର ପଂଚାୟତିରାଜ ଓ ପାନୀୟ ଜଳଯୋଗାଣ ବିଭାଗ ଦ୍ୱାରା ଦିଆଯାଇଥିବା ବିଜ୍ଞାପନରେ ବିଜେଡ଼ି ଦଳର ନିର୍ବାଚନୀ ଚିହ୍ନ ‘ଶଙ୍ଖ’ କୁ ନେଇ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ରାଜ୍ୟପାଳଙ୍କ ଉଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି । ରାଜ୍ୟପାଳଙ୍କ ଅନୁପସ୍ଥିତିରେ ବ୍ୟକ୍ତିଗତ ସଚିବଙ୍କୁ ସ୍ମାରକ ପତ୍ର ପ୍ରଦାନ କରି ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଇଂରାଜୀ ଓ ଓଡ଼ିଆ ଖବର କାଗଜରେ ଦିଆଯାଇଥିବା ବିଜ୍ଞାପନ ବାବଦରେ କହିଥିଲେ ଯେ ଓଡ଼ିଶା ସରକାରୀ ଲୋଗ ଏବଂ ୫-ଟି ଲୋଗ ସହିତ ବିଜେଡ଼ି ଦଳର ନିର୍ବାଚନୀ ଚିହ୍ନ ‘ଶଙ୍ଖ’ ଲାଗିବା ସମସ୍ତ ନିୟମାବଳୀକୁ ଉଲଘଂନ ଓ ଅବମାନନା କରାଯାଉଛି ।
