ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ : ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଓ ଶହୀଦ ବାଜିରାଉତଙ୍କ ବଳିଦାନ ଦିବସ ଅବସରରେ ଶ୍ରଦ୍ଧାଞ୍ଜଳି

୧୧ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଆଜି ସକାଳେ ସ୍ଥାନୀୟ ୟୁନିଟ୍‌ ୮ ସ୍ଥିତ ବାଜିରାଉତ ଓ ମାଷ୍ଟରକ୍ୟାଣ୍ଟିନ୍‌ ଛକସ୍ଥିତ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ମୁଖ୍ୟ ଅତିଥି ରୂପେ ବଡ଼ଚଣା ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ ଯୋଗଦାନ କରି ମୁକ୍ତିସଂଗ୍ରାମର ସର୍ବକନିଷ୍ଠ ନାୟକ ବାଜିରାଉତ ଓ ସାମାଜିକ ନ୍ୟାୟ ଓ ଅହିଂସାର ଅଗ୍ରଦୂତ ଜୟପ୍ରକାଶ ନାରାୟଣଙ୍କ ସ୍ମୃତିଚାରଣ ସହ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

 

ସୂଚନା ଓ ଲୋକସଂପର୍କ ବିଭାଗ ସମେତ ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ତଥା ମାନ୍ୟଗଣ୍ୟ ବ୍ୟକ୍ତି ଶହୀଦ ବାଜି ରାଉତଙ୍କ ବଳିଦାନ ଦିବସ ଏବଂ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଅବସରରେ ଉଭୟ ମହାପୁରୁଷଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ସଂପାଦିକା କସ୍ତୁରୀ ମହାପାତ୍ର, ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ,

ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀ ଓ କର୍ମଚାରୀ, ଛାତ୍ରଛାତ୍ରୀ, ବହୁ ବୁଦ୍ଧିଜୀବୀ ଏବଂ ଗଣମାଧ୍ୟମର ପ୍ରତିନିଧି ଅମର ଶହୀଦ ବାଜିରାଉତ ଏବଂ ଲୋକନାୟକ ଜୟପ୍ରକାଶଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।  

Exit mobile version