ବାଲୁଗାଁ ମହାବିଦ୍ୟାଳୟ ରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ 

୧୪ ଅକ୍ଟୋବର  ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ବାଲୁଗାଁ,ଏନଏନଏସ :-> ଚିଲିକା ବ୍ଲକ ଅନ୍ତର୍ଗତ ବାଲୁଗାଁ ଏନଏସି ଅଧୀନ ବାଲୁଗାଁ ମହାବିଦ୍ୟାଳୟରେ ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସାଇବର ସଚେତନତା କାର୍ଯ୍ୟକ୍ରମରେ ବାଲୁଗାଁ ମହାବିଦ୍ୟାଳୟର ଅଧ୍ୟାପକ,ଅଧ୍ୟାପିକା,ଛାତ୍ର ଛାତ୍ରୀ ଓ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ଅଂଶ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ବାଲୁଗାଁ ମହାବିଦ୍ୟାଳୟର ଅଧ୍ୟାପକ ଡ଼କ୍ଟର କୈଳାଶ ଚନ୍ଦ୍ର ମହାରଣା ।

ଏହି କାର୍ଯ୍ୟକ୍ରମକୁ ଆରକ୍ଷୀ ଅଧିକ୍ଷକ ସୁରେନ୍ଦ୍ରନାଥ ମୁର୍ମୁ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ଏଥିରେ ଖୋର୍ଦ୍ଧା ଜିଲା ପୋଲିସ ପକ୍ଷରୁ ମୁଖ୍ୟ ଅତିଥିଭାବେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେନ୍ଦ୍ରନାଥ ମୁର୍ମୁ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାଲୁଗାଁ ସୁଭ୍ରାଂଶୁ ଶେଖର ମିଶ୍ର,ସମ୍ନାନିତ ଅତିଥି ଭାବେ ବାଲୁଗାଁ ଆଇଆଇସି ଜୟ ପ୍ରକାଶ ପରିଡା , ମହାବିଦ୍ୟାଳୟର ପ୍ରିନସିପାଲ ଶ୍ରୀମତୀ କଳ୍ପନା ଦାଶ,ପରିଚାଳନାର ସଭାପତି ପ୍ରଭାସ ସୁନ୍ଦରାୟ ,

ଶିକ୍ଷା ବିଭାଗର ଅଧାପକ ଡ଼କ୍ଟର ଲଷ୍ମୀଧର ସୁବୁଦ୍ଧି ଯୋଗ ଦେଇ କିଭଳି ଭାବରେ ସାଇବର ଅପରାଧରୁ ଦୁରେଇ ରହିବା, କୌଣସି ଅଜଣା ଫୋନ କଲ ଆସିଲେ ଓଟିପି ନ ଦେବା, ୟୁପିଆଇ ମାଧ୍ୟମରେ କାରବାର କଲେ ସମ୍ପୂର୍ଣ୍ଣ ସଚେତନତା ରହିବା ଭଳି ବିଭିନ୍ନ ଦିଗକୁ ନେଇ ହେଉଥିବା ସାଇବର ଠକେଇରୁ ନିଜକୁ ସୁରକ୍ଷିତ ରହିବାକୁ ନେଇ ସେ ବିଷୟରେ ଉପସ୍ଥିତ ଥିବା ସମସ୍ତ ସମ୍ନାନିତ ଅତିଥିମାନେ ନିଜ ନିଜର ବକ୍ତବ୍ୟ ରଖିଥିଲେ l

ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ସାଇବର ସଚେତନତା ଅପରାଧ ଉପରେ ସୁନ୍ଦର ନାଟକ ପରିବେଷଣ କରିଥିଲେ l ପରିଶେଷରେ ବାଲୁଗାଁ ଆଇ ଆଇ ସି ଜୟ ପ୍ରକାଶ ପରିଡା ଧନ୍ୟବାଦ ଅର୍ପଣ କରିଥିଲେ ।


 

Exit mobile version