ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି -୨୦୨୩” ଉଦଘାଟିତ

୧୭ ଅକ୍ଟୋବର  ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରଣପୁର  :->   ରଣପୁର ବି.ସି. ହାଇସ୍କୁଲ ପରିସରରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି -୨୦୨୩” ଉଦଘାଟିତ ହୋଇ ଯାଇଛି | ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ,

ମୁଖ୍ୟ ବକ୍ତା ନୟାଗଡ ଜିଲ୍ଲା ଶିକ୍ଷା ଅଧିକାରୀଣୀ ରାଜଶ୍ରୀ ପଟ୍ଟନାୟକ,ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ନିର୍ମଳା ବେହେରା, ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଣପୁର ରଙ୍ଗୀନ ମହାନ୍ତି, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରିଣୀ ଶାନ୍ତିଲତା ଦେଇ,

 

ବି.ସି. ହାଇସ୍କୁଲର ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରଙ୍ଗନାଥ ମିଶ୍ର, ବି.ସି. ହାଇସ୍କୁଲ ବରିଷ୍ଠ ଶିକ୍ଷୟତ୍ରୀ ତିଳୋତ୍ତମା ପୃଷ୍ଟି ପ୍ରମୁଖ ଯୋଗ ଦେଇଥିଲେ | ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରାଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା |

ଏହି କାର୍ଯ୍ୟକ୍ରମରେ ରଣପୁର ବ୍ଲକର ୧୮ଟି କ୍ଲଷ୍ଟରର ୨୦୫ ବିଦ୍ୟାଳୟରୁ ପ୍ରାୟ ୫୦୦ ଜଣ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ | ବରିଷ୍ଠ ଶିକ୍ଷକ ଜ୍ୟୋତି ରଞ୍ଜନ ଦାଶ ଅତିଥି ପରିଚୟ ପ୍ରଦାନ କରିଥିଲେ | ଏଥିରେ ପିଲାମାନଙ୍କ ମଧ୍ୟରେ ସଙ୍ଗୀତ, ଚିତ୍ରାଙ୍କନ, ବକ୍ତୃତା, ରଚନା, ହସ୍ତାକ୍ଷର ଲିଖନ, କୁଇଜ, ମିଲେଟ୍ସ ରଚନା,

 

ବକ୍ତୃତା, ବିତର୍କ, ସଙ୍ଗୀତ ଆଦି କ୍ଷେତ୍ରରେ ପ୍ରତିଯୋଗିତା କରାଯାଉଛି | ଅପରାହ୍ନରେ ଉଦଯାପନୀ ସଭା ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ କରାଯାଇ କୃତି ପିଲାମାନଙ୍କୁ ପୁରସ୍କୃତ କରାଯିବ | ଜ୍ୟୋତି ରଞ୍ଜନ କର ଧନ୍ୟବାଦ ଅର୍ପଣ କରିଥିଲେ |

Exit mobile version