Home ଓଡ଼ିଶା ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ : ପିଲାମାନେ ସବୁ କ୍ଷେତ୍ରରେ ଦକ୍ଷତା ହାସଲ କରିବା ଦରକାର – ଅରୁଣ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୨୨ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୟାଗଡ଼ :- ବିଦ୍ୟାଳୟରେ ଅଧ୍ୟୟନରତ ପିଲାମାନେ ସବୁ କ୍ଷେତ୍ରରେ ଦକ୍ଷତା ହାସଲ କରିବା ଦରକାର । ପିତାମାତା ମାନେ ପିଲାମାନଙ୍କୁ ଅଯଥା ଆକଟ ନକରି ସେମାନଙ୍କୁ ସବୁ ବିଷୟରେ ଜାଣିବାର ସୁଯୋଗ ସୃଷ୍ଟି କରିବା ଆବଶ୍ୟକ । ବିଦ୍ୟାଳୟ ସ୍ତରରୁ ପିଲାମାନେ ଖବରକାଗଜ ପଢ଼ିବା ସହିତ ଦେଶ ବିଦେଶର ହାଲଚାଲ ଏବଂ ସମସ୍ୟା ସମ୍ପର୍କରେ ଅବଗତ ହେବା ଉଚିତ ବୋଲି ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦାନ ନୟାଗଡ଼ ବିଧାୟକ ଡ.ଅରୁଣ କୁମାର ସାହୁ ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ପ୍ରଦାନ କରିଛନ୍ତି । ସୂଚନା ଯୋଗ୍ୟ ଯେ ବିଦ୍ୟାଳୟ ସ୍ତରରେ ପିଲାମାନଙ୍କର ଅନ୍ତର୍ନିହିତ ତଥା ସୃଜନଶୀଳ ପ୍ରତିଭାର ବିକାଶ ପାଇଁ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଛି ଶିଶୁ ପ୍ରତିଭା ଉତ୍ସବ ‘ସୁରଭି’ କାର୍ଯ୍ୟକ୍ରମ ।ବିଭିନ୍ନ ବିଷୟରେ ପ୍ରାଥମିକ ସ୍ତରରୁ ହାଇସ୍କୁଲ ପର୍ଯ୍ୟନ୍ତ ପିଲାଙ୍କ ସୃଜନଶୀଳ ପ୍ରତିଭାର ବିକାଶ ପାଇଁ ପିଲାମାନଙ୍କ ମଧ୍ୟରେ ପ୍ରତିଯୋଗୀତା କରାଯାଇ ଶ୍ରେଷ୍ଠ ପ୍ରତିଯୋଗୀ ବାଛିବା ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ଅଟେ । ଏହି ପ୍ରତିଯୋଗୀତା କ୍ଲଷ୍ଟର ସ୍ତରରୁ ଆରମ୍ଭ ହୋଇ ବ୍ଲକ,ଜିଲ୍ଲା ଏବଂ ଶେଷରେ ରାଜ୍ୟସ୍ତର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇ ଶ୍ରେଷ୍ଠ ପ୍ରତିଯୋଗୀ ମାନଙ୍କୁ ବଛାଯାଇଥାଏ । ଏହି ପରିପ୍ରେକ୍ଷୀରେ ଆଜି ବ୍ଲକ ସ୍ତରୀୟ ‘ସୁରଭି’ ପ୍ରତିଯୋଗିତା ନୟାଗଡ଼ ବ୍ଳକ ଅନ୍ତର୍ଗତ ବାଉଁଶିଆପଡ଼ା ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି ।ନୟାଗଡ଼ ବ୍ଲକ ଶିକ୍ଷା ବିଭାଗ ଅନ୍ତର୍ଗତ ୧୫ଟି କ୍ଲଷ୍ଟରରୁ ଉଭୟ ଜୁନିୟର ଏବଂ ସିନିୟର ବିଭାଗରୁ ମୋଟ ୧୫୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ସାଧାରଣ ଜ୍ଞାନ,କୁଇଜ, ବକ୍ତୃତା,ଚିତ୍ରାଙ୍କନ, ସୃଜନଶୀଳ ଲିଖନ,ପ୍ରବନ୍ଧ, ଦେଶତ୍ମବୋଧ ସଙ୍ଗୀତ,ସୁନ୍ଦର ହସ୍ତାକ୍ଷର ଲିଖନ ତଥା ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ନୃତ୍ୟ ଆଦିରେ ଅଂଶ ଗ୍ରହଣ କରି ସେମାନଙ୍କ ବହୁମୁଖି ପ୍ରତିଭାର ପରିଚୟ ପ୍ରଦାନ କରିଥିଲେ । ବ୍ଲକସ୍ତରୀୟ ଏହି ସୁରଭି କାର୍ଯ୍ୟକ୍ରମକୁ ନୟାଗଡ଼ ବିଧାୟକ ଡ.ଅରୁଣ କୁମାର ସାହୁ ମୁଖ୍ୟ ଅତିଥିଭାବେ ଯୋଗଦାନ କରି ପ୍ରଦୀପ ପଜ୍ଜଳନ ସହିତ ଉଦଘାଟନ କରିଥିଲେ ।ଏହି ଅବସରରେ ସ୍ଥାନୀୟ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ । ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନଙ୍କ ପୌରହିତ୍ୟରେ ଆୟୋଜିତ ଉକ୍ତ ସଭାରେ ମୁଖ୍ୟବକ୍ତା ଭାବେ ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକ,ସମ୍ମାନୀତ ଅତିଥିଭାବେ ସ୍ଥାନୀୟ ସରପଞ୍ଚ ଜୁଲି ସାହୁ ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ କୁମାର ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ । ବିଭିନ୍ନ ପ୍ରତିଯୋଗୀତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀ ମାନଙ୍କୁ ଅତିଥିମାନେ ମାନପତ୍ର ଏବଂ ଟ୍ରଫି ପ୍ରଦାନ କରି ପୁରସ୍କୃତ କରିଥିଲେ । ଶିକ୍ଷକ ଅଶୋକ କୁମାର ମଲ୍ଲ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶେଖ ଅବଦୁଲ ଖାଲିକ ମଞ୍ଚ ପରିଚାଳନା ଏବଂ ସୁରେଶ କୁମାର ସେଠୀ ଧନ୍ୟବାଦ ପ୍ରଦାନ କରିଥିଲେ । ବ୍ଲକସ୍ତରରେ ବିଭିନ୍ନ ପ୍ରତିଯୋଗୀତାରେ ପ୍ରଥମ ସ୍ଥାନ ହାସଲ କରିଥିବା ଛାତ୍ରଛାତ୍ରୀ ମାନେ ଆସନ୍ତା ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଭାଗ ନେବେ । Categories: ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍ Related Content ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ by Proprietor Abhimanyu Maharana September 12, 2026 ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ by Proprietor Abhimanyu Maharana September 12, 2026 ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ - ଉଲ୍ଲାସ ଜନସଚେତନତା ପଦଯାତ୍ରା by Proprietor Abhimanyu Maharana September 12, 2026 ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ by Proprietor Abhimanyu Maharana September 12, 2026 ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ by Proprietor Abhimanyu Maharana September 12, 2026 ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ by Proprietor Abhimanyu Maharana September 11, 2026