ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ସମୀକ୍ଷା .
ନୂଆ ଦାୟିତ୍ଵ ଗ୍ରହଣ ପରେ ପୁରୀ ରୁ ପ୍ରଥମ ସମୀକ୍ଷା
ଭୋର୍ 4 ରୁ 6 ପର୍ଯ୍ୟନ୍ତ ଚାଲିଲା ସମୀକ୍ଷା .
ଡିସେମ୍ବର 15 ସୁଦ୍ଧା କାମ ସମ୍ପୂର୍ଣ୍ଣ କରିବାକୁ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍ ଙ୍କ ନିର୍ଦ୍ଦେଶ.
୨୮ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପୁରୀ :-> ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀ ଭି କେ ପାଣ୍ଡିଆନ୍ ଅଧ୍ୟକ୍ଷ 5T ଓ ନବୀନ ଓଡିଶା ଆଜି ବଡିଭୋର ରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ .ଭୋର୍ 4 ରୁ 6 ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିଥିଲା .
ନୂଆ ଦାୟିତ୍ଵ ଗ୍ରହଣ ପରେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍ ଙ୍କ ଏହା ଥିଲା ପ୍ରଥମ ସମୀକ୍ଷା . ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଡିସେମ୍ବର 15 ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ. ଏହା ନୂଆବର୍ଷ ରେ ଭକ୍ତ ମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତ ବ୍ୟକ୍ତ କରିଥିଲେ.
ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ . ପରିକ୍ରମା ପ୍ରକଳ୍ପ landscaping କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ . ସେ ଶ୍ରୀମନ୍ଦିର ଚାରି ଦ୍ଵାର କାମ ମଧ୍ୟ ବୁଲି ଦେଖିଥିଲେ.
ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡି ର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ . ଏତଦବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ utilities ଗୁଡିକ ର ସ୍ଥାନାନ୍ତର ,ପରିକ୍ରମା ପ୍ରକଳ୍ପ ର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ ଆରୋପ କରିଥିଲେ .
