ରାଜ୍ୟରେ ଆଜି ଆଉ ୫୯୫ କରୋନା ଆକ୍ରାନ୍ତ ଚିହ୍ନଟ, ସଙ୍ଗରୋଧରୁ ୩୯୪ ଓ ସ୍ଥାନୀୟ ଅଞ୍ଚଳରୁ ୨୦୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୨୧କୁ ବୃଦ୍ଧି ପାଇଛି ।

ଓଡିଶା ତାଜା ନ୍ୟୁଜ୍ (୧୨ ଜୁଲାଇ ୨୦୨୦ ରବିବାର) ଭୁବନେଶ୍ୱର :- ରାଜ୍ୟରେ ଆଜି ଆଉ ୫୯୫ କରୋନା ଆକ୍ରାନ୍ତ ଚିହ୍ନଟ, ସଙ୍ଗରୋଧରୁ ୩୯୪ ଓ ସ୍ଥାନୀୟ ଅଞ୍ଚଳରୁ ୨୦୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୨୧କୁ ବୃଦ୍ଧି ପାଇଛି ।

୫୯୫ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୩୦, ଯାଜପୁରରୁ ୯୭, ଖୋର୍ଦ୍ଧାରୁ ୭୬, କୋରାପୁଟରୁ ୪୪, ମାଲକାନଗିରିରୁ ୩୬, ଗଜପତିରୁ ୨୦, ମୟୁରଭଞ୍ଜରୁ ୧୪, ବାଲେଶ୍ୱରରୁ ୧୧, ଭଦ୍ରକରୁ ୧୧, କଟକରୁ ୧୧, ପୁରୀରୁ ୧୦, ସୁନ୍ଦରଗଡ଼ରୁ ୮, ନୟାଗଡ଼ରୁ ୫, ଜଗତସିଂହପୁରରୁ ୫, କଳାହାଣ୍ଡି ୪, ଭଦ୍ରକରୁ ୩, କେନ୍ଦୁଝରରୁ ୩, କେନ୍ଦ୍ରାପଡ଼ାରୁ ୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨, ବଲାଙ୍ଗୀରରୁ ଜଣେ ଆକ୍ରାନ୍ତ ଚି଼ହ୍ନଟ

ଆଜି ରାଜ୍ୟରେ ଆଉ ୩ ଜଣଙ୍କର ମୃତ୍ୟୁ ଘଟିଛି । ସମସ୍ତ ମୃତକ ବ୍ୟକ୍ତି ଗଞ୍ଜାମର ଜଣାପଡ଼ିଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪ରେ ପହଞ୍ଚିଛି ।

Exit mobile version