Home ଓଡ଼ିଶା ନର୍ଲା ଠାରେ ‘ଆମ ଓଡ଼ିଶା ନବୀନ ଓଡିଶା’ ର ଶୁଭାରମ୍ଭ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୩ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କଳାହାଣ୍ଡି :-> କଳାହାଣ୍ଡି ଜିଲ୍ଲାରେ ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ର ଶୁଭାରମ୍ଭ ହୋଇଯାଇଛି। ଆଭାସୀ ଯୋଗେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୂବନେଶ୍ବରରୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ ଓ ପ୍ରତି ଗାଁ । ଉକ୍ତ ଯୋଜନାରେ ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଆଜିର କାର୍ଯ୍ୟକ୍ରମ ପାଇଁ କଳାହାଣ୍ଡି ଜିଲ୍ଲାର ନର୍ଲା ନିର୍ବାଚନମଣ୍ଡଳୀ ସମେତ ୫ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ ହୋଇଥିବା ବେଳେ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ନର୍ଲା ବ୍ଲକ ଅଧିନ ନର୍ଲା ହାଇସ୍କୁଲ ପଡିଆରେ ନର୍ଲା ବିଧାୟକ ଭୂପିନ୍ଦର ସିଂହ ଓ ନର୍ଲା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମନୋରମା ମହାନ୍ତି ଓ ଉପାଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି (ମୁନା) ଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ନର୍ଲା ବିଡିଓ ଏନ୍ ଜଗୁଜୀବନ ଚୌଧୁରୀ, ଏବିଡିଓ ଦେବେନ୍ଦ୍ର ସାମଲ ଜିପିଇଓ କ୍ଷୀତିଶ ଚନ୍ଦ୍ର ନାଏକ, ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝୀ, ସଭ୍ୟା ଶ୍ରୀମତୀ ନମ୍ରତା ସାହୁ ଓ ଶ୍ରୀମତୀ ଲିଲି ଦୀପ୍, ବ୍ଲକ ଅଧିନ ସମସ୍ତ ଗ୍ରାମ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ସଭ୍ୟା, ବିଜେଡିର କର୍ମକର୍ତ୍ତା, ମିଶନ ଶକ୍ତିର ମା’ ମାନେ ତଥା ସାଧାରଣ ଜନତା ହଜାର୍ ହଜାର୍ ସଂଖ୍ୟାରେ ଯୋଗଦାନ କରିଥିଲେ। । ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । କଳାହାଣ୍ଡି ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀକୁ ୧୫୫ କୋଟି ଟଙ୍କା ମିଳିଥିବା ବେଳେ ତନ୍ମଧ୍ୟରୁ ନର୍ଲା ନିର୍ବାଚନମଣ୍ଡଳୀକୁ ୬ଟି ଗୁରୁତ୍ବ ପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨.୪୬ କୋଟି ଟଙ୍କା ମଞ୍ଜୁର ହୋଇଥିବା ଜଣାପଡ଼ିଛି। ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ଉକ୍ତ କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ। ଆଭାସୀ ଯୋଗେ ଶ୍ରୀ ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହା ହେଉଛି ୫ମ ପାଳି। ଏହି ପାଳିରେ ମୁଖ୍ୟମନ୍ତ୍ରୀ ଓଡିଶାରେ ରୂପାନ୍ତରର ଯୁଗ ଆରମ୍ଭ କରିବା ସହିତ ମା’ ମାନଙ୍କୁ ୫ଟି ସୁନ୍ଦର ଉପହାର ଦେଉଛନ୍ତି। ୫ ଟଙ୍କାରେ ଆହାର, ମମତା ଯୋଜନାରେ ଗର୍ଭବତୀ ମା’ ମାନଙ୍କୁ ୫ ହଜାର ଟଙ୍କା ସହାୟତା, ଲକ୍ଷ୍ମୀ ବସ୍ ଯୋଜନାରେ ମା’ ମାନଙ୍କୁ ୫ ଟଙ୍କାରେ ବସରେ ଯିବାଆସିବାର ସୁବିଧା, ମିସନ ଶକ୍ତିରେ ମା’ ମାନଙ୍କୁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ ସହିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବା ବେଳେ ମା’ ମାନଙ୍କ ପାଇଁ ଆଉ ଅଧିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି ବୋଲି ୫ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ । ଏହି ଅବସରରେ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିବାକୁ ଆସିଥିବା ମା’ ମାନଙ୍କ ସମସ୍ତ ବନ୍ଦୋବସ୍ତ କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ନର୍ଲା ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି ଓ ବ୍ଲକ୍ ଅଧିନ ସମସ୍ତ ବିଭାଗୀୟ କର୍ମଚାରୀ ରହିଥିଲେ। ଶାନ୍ତି ଶୃଙ୍ଖଳା ମଧ୍ୟରେ କାର୍ଯ୍ୟକ୍ରମ ସମାପନ ହେବାପରେ ନର୍ଲା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମନୋରମା ମହାନ୍ତି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । Categories: ଓଡ଼ିଶା, କଳାହାଣ୍ଡି, ରାଜନୀତି, ହୋମ୍ Related Content ପଦ୍ମଶ୍ରୀ ଚଳଚ୍ଚିତ୍ର ନିର୍ମାତା ଡ. ନୀଳମାଧବ ପଣ୍ଡା କେନ୍ଦ୍ରୀୟ ଫିଲ୍ମ ପ୍ରମାଣୀକରଣ ବୋର୍ଡ (ସିବିଏଫସି)ର ସଦସ୍ୟ ନିଯୁକ୍ତ by Proprietor Abhimanyu Maharana September 17, 2026 Padma Shri Filmmaker Dr.Nila Madhab Panda Appointed Member of Central Board of Film Certification (CBFC) by Proprietor Abhimanyu Maharana September 17, 2026 ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି ୨୦୨୩ ରେ ଆରମ୍ଭ ହୋଇଥିବା ଏହି ବହୁସ୍ତରୀୟ ପଦକ୍ଷେପ ୫୦୦୦ ରୁ ଅଧିକ ଗ୍ରାମବାସୀଙ୍କୁ ସିଧାସଳଖ ଉପକୃତ କରିଛି by Proprietor Abhimanyu Maharana September 17, 2026 Vedanta Aluminium's Project Sangam Strengthens Irrigation Access in Rural Kalahandi by Proprietor Abhimanyu Maharana September 17, 2026 AM/NS India Secures Landmark Dual BIS Certifications, Strengthening Market Leadership and Driving Import Substitution in Specialised Steel by Proprietor Abhimanyu Maharana September 17, 2026 ସାଧାରଣ ଚିକିତ୍ସାଳୟ ରେ ଅସାଧାରଣ ଅବ୍ୟବସ୍ଥା - ରୋଗୀ ସେବା ବ୍ୟାହତ by Proprietor Abhimanyu Maharana September 16, 2026