ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ

୦୬ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ପଣ୍ଡିତ ନୀଳକଣ୍ଠ ଦାସଙ୍କ ୫୬ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ବିଧାନସଭା ପରିସରରେ ଆୟୋଜିତ ଉତ୍ସବରେ ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକ, ସଂସଦୀୟ ବ୍ୟାପାର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ,

ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ଅମର ପ୍ରସାଦ ଶତପଥୀ, ଅନନ୍ତ ନାରାୟଣ ଜେନା, ବିଧାନସଭା ସଚିବ ଶ୍ରୀ ଦାଶରଥି ଶତପଥୀ ପ୍ରମୁଖ ଉପସ୍ଥିତ ରହି ପଣ୍ଡିତ ନୀଳକଣ୍ଠଙ୍କ ପ୍ରତିମୂର୍ତ୍ତିିରେ ମାଲ୍ୟାର୍ପଣ କରିଥିଲେ ।

ଏହି ଅବସରରେ ଶାଶ୍ୱତୀ ସାଂସ୍କୃତିକ ଓ ସାମାଜିକ କେନ୍ଦ୍ରର କଳାକାରମାନଙ୍କ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା ।

Exit mobile version