ଜୁନାଗଡ ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର

୩ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କଳାହାଣ୍ଡି :-> ଜୁନାଗଡ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଆନନ୍ଦ ବର୍ଦ୍ଧନ ଗୁରୁ,ଉପ ଜିଲ୍ଲାପାଳ ଧର୍ମଗଡ଼ ଶ୍ରୀ ବିରଂଚି ନାରାୟଣ ଦର୍ୱାନଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୪୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୪ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧ଜଣଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା ।

Exit mobile version