ଜିଲ୍ଲାପାଳଙ୍କ ବ୍ଲକ୍ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି

୨ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୂଆଗାଁ :->  ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ପରିସରରେ ଥିବା ରାଜୀବ ଗାନ୍ଧି ସଦଭାବନା ଗୃହରେ ଜିଲ୍ଲାପାଳଙ୍କ ବ୍ଲକ୍ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ,ଅତରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାସ ଚନ୍ଦ୍ର ପଣ୍ଡା,ନୂଆଗାଁ ବ୍ଲକ ବିଡ଼ିଓ ବାସୁଦେବ ନାୟକ ,

ନୂଆଗାଁ ତହସିଲଦାର ହେମନ୍ତ କୁମାର ନାୟକ ,ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରାଙ୍କ ସହିତ ସମସ୍ତ ଲାଇନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ। ଉକ୍ତ ଅଭିଯୋଗ ପ୍ରକୋଷ୍ଠରେ ରେ ମୋଟ ୨୨୬ ଟି ଆପତ୍ତି ଅଭିଯୋଗ ଆସିଥିଲା ।

ସେଥି ମଧ୍ୟରେ ୧୫୫ ଟି ଅଭିଯୋଗ ବ୍ୟକ୍ତିଗତ ଥିବା ବେଳେ ୧୧ ଟି ଅଭିଯୋଗ ଗ୍ରାମ୍ୟ ସମସ୍ୟା ଓ ୬୦ ଗୋଟି ଅଭିଯୋଗ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଧାରିତ ଥିଲା । ସେଥିମଧ୍ୟରୁ ୯୮ ଗୋଟି ଅଭିଯୋଗର ସମାଧାନ ହୋଇଥିବା ସୂଚନା ମିଳିଛି ।

Exit mobile version