କ୍ଲଷ୍ଟରସ୍ତରୀୟ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ

୨୦ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୂଆଗାଁ  :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ନୀଳାଦ୍ରିପୁର ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟରସ୍ତରୀୟ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ନୀଳାଦ୍ରି ପୁର କ୍ଲଷ୍ଟର ସି ଆର ସି ସି ବିଜୟ କୁମାର ବେହେରା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ସମ୍ମାନୀତ ଅତିଥି ଭାବେ ଅବସରପ୍ରାପ୍ତ ସି ଆର ସି ସି ଧୀରେନ୍ଦ୍ର କୁମାର ସାହୁ ଯୋଗଦେଇ

ଅବସର ଗ୍ରହଣ କରିଥିବା ନୀଳାଦ୍ରି ପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ପ୍ରତିମା ଦାଶ ଏବଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ମାଳିସର ପ୍ରଧାନ ଶିକ୍ଷୟତ୍ରୀ ମଞ୍ଜୁଲତା ମିଶ୍ର କିପରି ଛାତ୍ର ବତ୍ସଳ, ସମୟାନୁବର୍ତୀ,ଆଦର୍ଶ ଶିକ୍ଷୟତ୍ରୀ ଥିଲେ ସେ ଉପରେ ବିସ୍ତୃତ ଭାବେ କହିଥିଲେ।ତତ୍ ସହିତ ଅବସର ଗ୍ରହଣ କରିଥିବା ଦୁଇ ପ୍ରଧାନ ଶିକ୍ଷୟତ୍ରୀ ଙ୍କୁ ପୁଷ୍ପଗୁଚ୍ଛ, ମାନପତ୍ର ,ଏବଂ ଉପଢୌକନ ପ୍ରଦାନ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ୬୦ ଜଣ ଶିକ୍ଷକ , ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ।

Exit mobile version