Home ଓଡ଼ିଶା ଶରଣକୁଳ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ବାର୍ଷିକ ଉତ୍ସବ ପାଳିତ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୨୩ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଓଡଗାଁ :-> ଶରଣକୁଳ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ୩0ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଶୁକ୍ରବାର ମହା ସମାରୋହରେ ପାଳିତ ହୋଇଯାଇଛି | ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ସୁରେନ୍ଦ୍ର ନାଥ ପ୍ରଧାନଙ୍କ ପୌରହିତ ରେ ଅନୁଷ୍ଠିତ ଉତ୍ସବରେ ଶିକ୍ଷା ବିକାଶ ସମିତି ଓଡିଶା, ନୟାଗଡ ଜିଲ୍ଲା ପ୍ରମୁଖ ହରେକୃଷ୍ଣ ମୁଦୁଲି ମୁଖ୍ୟ ଅତିଥି ରୁପେ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଉଦଘାଟନ କରିଥିଲେ | ଅନ୍ୟମାନଙ୍କ ମଧ୍ୟରେ ଶରଣକୁଳ ଜିଲ୍ଲା ପରିଷଦ ସଭ୍ୟା ଚିନ୍ମୟୀ ଦାଶ,ସରପଞ୍ଚ ମିନାକ୍ଷୀ ପ୍ରସାଦ ସାହୁ ପ୍ରମୁଖ ସନ୍ନମାନିତ ଅତିଥି ରୂପେ ଯୋଗ ଦେଇଥିଲେ | ପ୍ରାରମ୍ଭରେ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କଦ୍ଵାରା ସ୍ୱାଗତ ସଂଗୀତ ଗାନ କରିବା ପରେ ସମ୍ପାଦକ ପ୍ରଫୁଲ୍ଲ କୁମାର ପ୍ରଧାନ ମଞ୍ଚାସିନ ଅତିଥି ମାନଙ୍କ ପରିଚୟ ପ୍ରଦାନ ସହିତ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ | ବିଦ୍ୟାଳୟ ର ପ୍ରଧାନ ଆଚାର୍ଯ୍ୟ ଭଗବାନ ମହାପାତ୍ର ବିବରଣୀ ପଠନ କରିଥିଲେ | ପରେ ପରେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଉତୀର୍ଣ୍ଣ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କ ସହିତ ପ୍ରତ୍ୟେକ ଶ୍ରେଣୀରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ଏବଂ ବିଭିନ୍ନ କାର୍ଯ୍ୟକ୍ରମରେ କୃତିତ୍ୱ ହାସଲ କରିଥିବା କୃତି ଛାତ୍ରଛାତ୍ରୀ ଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା | ବିଦ୍ୟାଳୟ ର ବରିଷ୍ଠ ଆଚାର୍ଯ୍ୟ ସୁଶାନ୍ତ କୁମାର ବରlଡ଼ ଧନ୍ୟବାଦ ଅର୍ପଣ ଦେଇଥିଲେ | ଶେଷରେ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା “ଘର ମୋ ପାଇଁ ସାତସପନ” ନାଟକ ମଞ୍ଚସ୍ଥ କରାଯାଇଥିବା ବେଳେ ମନମୁଗ୍ଧ କର ସାଂସ୍କୃତିକ କାର୍ଯ୍ୟକ୍ରମ କାର୍ଯକ୍ରମ ପରିବେଷଣ କରାଯାଇଥିଲା | Categories: ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍ Related Content ଓଡ଼ିଶାର ରାଜ୍ୟପାଳଙ୍କ ଦ୍ବାରା ବରଗଡ଼ରେ ବୋଇଂ ସୁକନ୍ୟା କାର୍ଯ୍ୟକ୍ରମ ଷ୍ଟେମ ଲ୍ୟାବ୍ ଓ ଏରୋମଡେଲିଂ ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ by Proprietor Abhimanyu Maharana October 12, 2026 Odisha Governor Inaugurates Boeing Sukanya Program STEM Lab and Aeromodeling Training Center in Bargarh by Proprietor Abhimanyu Maharana October 11, 2026 ରଣପୁର ଜୁନିୟର କଲେଜ ନିର୍ବାଚନ : କଂଗ୍ରେସ ସାଥିରେ ଘୋଡା ବେପାର ଯିଏ କରିବ, ବିଜୟୀ ତାହର ହେବ by Proprietor Abhimanyu Maharana October 11, 2026 ଅର୍ଥନୈତିକ ବିକାଶ ପାଇଁ ଶିଳ୍ପସଂସ୍ଥାଗୁଡ଼ିକ ଦକ୍ଷତା ବିକାଶ ଏବଂ ନବସୃଜନର ନେତୃତ୍ୱ ନେବା ଜରୁରୀ : ଭୂପେନ୍ଦ୍ର ସିଂହ ପୁନିଆ by Proprietor Abhimanyu Maharana October 11, 2026 “Industry Must Lead Skill Development and Innovation to Drive Economic Growth”: Bhupendra Singh Poonia by Proprietor Abhimanyu Maharana October 11, 2026 ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ by Proprietor Abhimanyu Maharana October 11, 2026