ଲକ୍ଷେଶ୍ୱର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଆରମ୍ଭ

୩ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କଟକ :-> ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ କଲେଜରେ ନୂଆ ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ କରାଯାଉଛି । ଏହି ଅବସରରେ କଟକ ଫୁଲନଖରା ସ୍ଥିତ ଲକ୍ଷେଶ୍ୱର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଦିନ ନୂଆ ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।

ଏହା ୧୦ ଦିନ ଧରି ଅନୁଷ୍ଠିତ ହେବ । ଲକ୍ଷେଶ୍ୱର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ଯଶୋଧାରା ମହାପାତ୍ରଙ୍କ ଆୟୋଜିତ ଉତ୍ସବ ରେ ସଭାପତିତ୍ୱ କରିଥିଲେ । ଏହି ଉତ୍ସବରେ କଟକ ସଦର ବ୍ଲକ ବିଜେଡି ସଭାପତି ପ୍ରମୋଦ କୁମାର ମହାପାତ୍ର, ସ୍ଥାନୀୟ କର୍ପୋରେଟର ମମତା ମହାନ୍ତି, ବିପ୍ରଚରଣ ଭୋଳ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ କହିଲେ ଯେ, ମୁଖ୍ୟମନ୍ତ୍ରୀ ଯୁବକ ଏବଂ ଛାତ୍ରଛାତ୍ରୀଙ୍କର ଉନ୍ନତି ପାଇଁ ବିଭିନ୍ନ କାର୍ଯ୍ୟ ହାତକୁ ନେଇଛନ୍ତି ।

ନୂଆ ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟ ମାଧ୍ୟମରେ ପ୍ରତ୍ୟେକ କଲେଜରେ କ୍ରୀଡା, ନୃତ୍ୟ ,ସଂଗୀତ, ଚିତ୍ରାଙ୍କନ, ସାମାଜିକ କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀ ଭିତରେ ଲୁଚି ରହିଥିବା କାର୍ଯ୍ୟକୁ ଲୋକ ଲୋଚନକୁ ଆଣିବା ପାଇଁ ପ୍ରୟାସ କରିଛନ୍ତି ।

ପ୍ରତ୍ୟେକ ଛାତ୍ରଛାତ୍ରୀ ପାଠ ପଢ଼ିବା ସହିତ ସେମାନଙ୍କ ଭିତରେ ଲୁଚି ରହିଥିବା ଦକ୍ଷତାକୁ ଶିର୍ଷରେ ପହଞ୍ଚିବା ପାଇଁ ଚେଷ୍ଟା କରିବା କୁ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପିକା, କର୍ମଚାରୀ ,ଛାତ୍ରୀ ମାନେ ସହଯୋଗ କରିଥିଲେ ।

Exit mobile version