Home ଓଡ଼ିଶା କାଶୀନଗର ବ୍ଲକର ଖାଣ୍ଡବା ଗ୍ରାମରେ ହେବାକୁ ଥିବା ୩ଟି ବାଲ୍ୟବିବାହ ବନ୍ଦ କଲା ଗଜପତି ଜିଲ୍ଲା ପ୍ରଶାସନ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୧ ଫେବୃଆରୀ ୨୦୨୪ (ଓଡିଶା ତାଜା ନ୍ୟୁଜ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଖାଣ୍ଡବା ଗ୍ରାମରେ ଆଗାମୀ ଦିନରେ ହେବାକୁ ଥିବା ତିନୋଟି ବାଲ୍ୟବିବାହକୁ ବନ୍ଦ କଲା ଜିଲ୍ଲା ପ୍ରଶାସନ। ଉକ୍ତ ବାଲ୍ୟ ବିବାହ ସମ୍ପର୍କରେ ବିଶ୍ବସ୍ଥ ସୂତ୍ରରୁ କାଶୀନଗର ବାଲ୍ୟବିବାହ ନିଷେଧ ଅଧିକାରିଣୀ ଶ୍ରୀମତି କନକଲତା ପୂଜାରୀ ଜାଣିବାକୁ ପାଇଥିଲେ। ଶ୍ରୀମତି ପୂଜାରୀ ଖବର ପାଇ ବାଲ୍ୟବିବାହ ନିଷେଧ ଟାସ୍କଫୋର୍ସରେ ଥିବା ଅନ୍ୟ ସଦସ୍ୟ ମାନଙ୍କୁ ଅବଗତ କରିଥିଲେ। ଏହାପରେ ବାଲ୍ୟବିବାହକୁ ରୋକିବା ନିମନ୍ତେ ଏକ ଟିମ୍ ଗଠନ କରାଯାଇଥିଲା। ଉକ୍ତ ଟିମ୍ ରେ ICDS ମହିଳା ସୁପରଭାଇଜର ଶ୍ରୀମତୀ ଭାଗ୍ୟବତୀ ପଟ୍ଟନାୟକ, କାଶୀନଗର ଥାନାଧିକାରୀ ମମତା ପଣ୍ଡା, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ର ଆଇନ ପରିବେକ୍ଷଣ ଅଧିକାରୀ ଶ୍ରୀଯୁକ୍ତ ଜୟପ୍ରକାଶ ବାଡ଼ତ୍ୟା, ସଖୀ ୱାନ ଷ୍ଟପ୍ କେନ୍ଦ୍ରର ପ୍ରଶାସକ ଶ୍ରୀମତୀ ସୁନିତା ରଥ ରହିଥିଲା ବେଳେ ସେମାନଙ୍କ ସହ ଖାଣ୍ଡବା ସରପଞ୍ଚ ଶ୍ରୀମତୀ ସି.ଏଚ୍. ମାଧବୀ ଏବଂ ସମିତି ସଭ୍ୟ ଶ୍ରୀଯୁକ୍ତ ଜଗନ୍ନାଥ ଦୋରା ଯୋଗଦେଇ ଉକ୍ତ ସ୍ଥାନମାନଙ୍କୁ ଯାଇ ହେବାକୁ ଥିବା ବାଲ୍ୟବିବାହକୁ ସ୍ଥଗିତ କରିଥଲେ। ଏହାପରେ ବିବାହ ହେବାକୁ ଥିବା ଝିଅ ମାନଙ୍କର ଜନ୍ମ ପ୍ରମାଣ ପତ୍ର ଯାଞ୍ଚ କରାଯାଇଥିଲା ଏବଂ ଅଭିଭାବକ ମାନଙ୍କୁ ବାଲ୍ୟବିବାହ ର କୁପ୍ରଭାବ ଉପରେ ବିଷଦ ଭାବରେ ବୁଝାଯାଇଥିଲା । ଗ୍ରାମ ବାସିନ୍ଦାଙ୍କ ଉପସ୍ଥିତିରେ ଝିଅର ଅଭିଭାବକ ମାନେ ଝିଅକୁ ୧୮ ବର୍ଷ ପୂରଣ ନହେବା ଯାଏ ବିବାହ ଦେବେ ନାହିଁ ଏବଂ ଯଦି ଏଥିରେ ତ୍ରୁଟି କରିବେ ତେବେ ଆଇନ ଅନୁଯାୟୀ ଦଣ୍ଡିତ ହେବେ ବୋଲି ଲିଖିତ ଆକାରରେ ଜଣାଇଛନ୍ତି।ଝିଅଟିକୁ ୧୮ ବର୍ଷ ସମ୍ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ବାଲ୍ୟ ବିବାହ ନିରୋଧ ଟାସ୍କଫୋର୍ସ ଦ୍ବାରା ନିୟମିତ ପରାମର୍ଶ ଦେବା ସହ ଆବଶ୍ୟକ ଥଇଥାନ ଗ୍ରହଣ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। Categories: ଓଡ଼ିଶା, ଗଜପତି, ଦେଶ, ହୋମ୍ Related Content AM/NS India Secures Landmark Dual BIS Certifications, Strengthening Market Leadership and Driving Import Substitution in Specialised Steel by Proprietor Abhimanyu Maharana September 17, 2026 ସାଧାରଣ ଚିକିତ୍ସାଳୟ ରେ ଅସାଧାରଣ ଅବ୍ୟବସ୍ଥା - ରୋଗୀ ସେବା ବ୍ୟାହତ by Proprietor Abhimanyu Maharana September 16, 2026 ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ by Proprietor Abhimanyu Maharana September 14, 2026 ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ by Proprietor Abhimanyu Maharana September 14, 2026 World Odisha Society pays tribute to Pranab Patnaik by Proprietor Abhimanyu Maharana September 14, 2026 ମାନବ ସେବା ହିଁ ମାଧବ ସେବା by Proprietor Abhimanyu Maharana September 14, 2026