Home ଓଡ଼ିଶା କମାଗୁରୁ ଜୁନିୟର କଲେଜରେ ରକ୍ତଦାନ ଶିବିର by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୧୨ ଫେବୃଆରୀ ୨୦୨୪ (ଓଡିଶା ତାଜା ନିୟୁଜ) ନିରାକାରପୁର :- ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ଅନ୍ତର୍ଗତ କମାଗୁରୁ ରାମଚନ୍ଦ୍ର କଳ୍ପନା ଜୁନିୟର କଲେଜ ପରିସରରେ ଜାତୀୟ ସେବା ଯୋଜନା ଆନୁକୁଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ସଂଯୋଜକ ଡ ବିଶ୍ୱମୋହନ ଜେନା ଆନୁଷ୍ଠାନିକ ଭାବେ ରକ୍ତଦାନ ଶିବିରକୁ ଉଦଘାଟିତ କରିଥିଲେ। ଅଧକ୍ଷ ସୁଧାଂଶୁ ଶେଖର ମହାନ୍ତି ସଭାପତିତ୍ବ କରିଥିବାବେଳେ ଅଧ୍ୟାପିକା ଡ ରେଣୁବାଳା ସାମନ୍ତରାୟ ଅତିଥି ପରିଚୟ ପ୍ରଦାନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଶୁଭେଚ୍ଛୁ ମନୋରଞ୍ଜନ ମହାନ୍ତି, ନୀଳକଣ୍ଠ ସିଂହ ଓ ଅଧ୍ୟାପକ ସତ୍ୟନାରାୟଣ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ଶେଷରେ କଲେଜ ଜାତୀୟ ସେବା ଶିବିର ସଂଯୋଜକ ତଥା ଅଧ୍ୟାପକ ଜମେଶ୍ୱର ଯୁଝାରସିଂ ଧନ୍ୟବାଦ୍ ଅର୍ପଣ କରିଥିଲେ। ଏହି ରକ୍ତଦାନ ଶିବିରରୁ ୧୫ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା।ଏହି କାର୍ଯ୍ୟକ୍ରମକୁ ଡ ସୌରଭ ସୁନ୍ଦର ରାୟ, ଅରୁଣ କୁମାର ସାହୁ, ଲକ୍ଷ୍ମୀପ୍ରିୟା ପ୍ରଧାନ, ଝାନ୍ସି ରାଣୀପାତ୍ର ଓ ଅନିରୁନ୍ଧ ସ୍ବାଇଁ ପ୍ରମୁଖ ପରିଚାଳନା କରିଥିଲେ। କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା,କର୍ମଚାରୀ ମାନେ ସହଯୋଗ କରିଥିଲେ। Categories: ଓଡ଼ିଶା, ଖୋର୍ଦ୍ଧା, ଦେଶ, ହୋମ୍ Related Content ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ by Proprietor Abhimanyu Maharana September 14, 2026 ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ by Proprietor Abhimanyu Maharana September 14, 2026 World Odisha Society pays tribute to Pranab Patnaik by Proprietor Abhimanyu Maharana September 14, 2026 ମାନବ ସେବା ହିଁ ମାଧବ ସେବା by Proprietor Abhimanyu Maharana September 14, 2026 ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ by Proprietor Abhimanyu Maharana September 14, 2026 ବିଧାୟକ ରୁପେଶ ପାଣିଗ୍ରାହି, ଗଜପତି ଜିଲ୍ଲାର ୯୦ ବର୍ଷର ବହୁ ପୁରାତନ ଭବାନୀ ହୋଟେଲ ପରିଦର୍ଶନ କରି ସହଯୋଗର ପ୍ରତିଶ୍ରୁତି ଦେଲେ by Proprietor Abhimanyu Maharana September 14, 2026