୧୪ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ବରିଷ୍ଠ ବୁଣାକାର, ବୁଣା ସହାୟକ ଓ ହସ୍ତଶିଳ୍ପ କାରିଗରଙ୍କ କଲ୍ୟାଣ ପାଇଁ ନୂଆ ଯୋଜନା ଆରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା’ ବୁଣାକାର, ବୁଣା ସହାୟକ ଓ ହସ୍ତଶିଳ୍ପ କାରିଗର ପାଇବେ ମାସକୁ ୨୦୦୦ ଟଙ୍କା ଲେଖାଏ ସହାୟତା ୮୦ ବର୍ଷରୁ ଉର୍ଦ୍ଧ୍ବ ହୋଇଥିଲେ ମାସକୁ ୨୫୦୦ ପୂର୍ବରୁ ବରିଷ୍ଠ ବୁଣାକାର ମାନେ ମାସକୁ ୫୦୦ ଟଙ୍କା ସହାୟତା ପାଉଥିବା ବେଳେ, ବରିଷ୍ଠ ହସ୍ତଶିଳ୍ପ କାରିଗର ମାନଙ୍କ ପାଇଁ କୌଣସି ସହାୟତା ନ ଥିଲା ବର୍ତ୍ତମାନର ବୁଣାକାର ହିତାଧିକାରୀ ମାନେ ଚଳିତ ଫେବୃଆରୀ ମାସ ୨୦ ରୁ ୨୫ ତାରିଖ ମଧ୍ୟରେ ବର୍ଦ୍ଧିତ ସହାୟତା ପାଇବେ, ନୂଆ ହିତାଧିକାରୀ ଖୁବ୍ ଶୀଘ୍ର ଚୟନ କରାଯାଇ ସହାୟତା ପ୍ରଦାନ କରାଯିବ 5T ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ବୁଣାକାର ଓ କାରିଗର ମାନେ ଦେଇଥିଲେ ପ୍ରସ୍ତାବ ଭୁବନେଶ୍ଵର 15/2/24 ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତ ଶିଳ୍ପ କାରିଗର ମାନଙ୍କ ପାଇଁ ଖୁସି ଖବର।
ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନୂଆ ଯୋଜନା । ‘ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା’। ଏହି ଯୋଜନାରେ ୪୦ ବର୍ଷରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ମହିଳା ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର, ଏବଂ ୫୦ ରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ପୁରୁଷ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ମାନଙ୍କୁ ମାସିକ ୨୦୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ବରିଷ୍ଠ ହସ୍ତଶିଳ୍ପ କାରିଗରମାନଙ୍କୁ (ଉଭୟ ମହିଳା ଓ ପୁରୁଷ) ମାସିକ ୨୫୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇଦିଆଯିବ । ସୂଚନା ଯୋଗ୍ୟ ଯେ ରାଜ୍ୟର ବୁଣାକାର ଓ ହସ୍ତଶିଳ୍ପ କାରିଗର ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ଦକ୍ଷତା ବିକାଶ ଓ କଲ୍ୟାଣ ମୂଳକ ଯୋଜନା କାର୍ଯ୍ୟକାରୀ କରିଆସୁଛନ୍ତି ।

