ଘରେ ରହି ବୟସ୍କ, ଦିବ୍ୟାଙ୍ଗ ଓ ଅସୁସ୍ଥ ଭୋଟର ଭୋଟ୍ ଦେବେ

୧୯ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ୱର :-> ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ସରକାରୀ ବ୍ୟବସ୍ଥା ସଂପର୍କରେ ନାନା ତଥ୍ୟ ସାମ୍ନାକୁ ଆସୁଛି । ଏଥର ନିର୍ବାଚନ ପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ନୂଆ ବ୍ୟବସ୍ଥା କରାଯାଇଛି । ଘରେ ରହି ବୟସ୍କ, ଦିବ୍ୟାଙ୍ଗ ଓ ଅସୁସ୍ଥ ଭୋଟର ଭୋଟ୍ ଦେବେ ।

୮୦ ବର୍ଷରୁ ଅଧିକ ବୟସ୍କ, ୪୦ ବର୍ଷରୁ କମ୍ ବୟସ୍କ ଦିବ୍ୟାଙ୍ଗ ଓ ଅସୁସ୍ଥ ହୋଇ ଘରେ ରହିଥିଲେ, ସେମାନଙ୍କ ପାଇଁ ହୋମ୍ ଭୋଟିଂର ବ୍ୟବସ୍ଥା କରାଯାଇଛି । ଏହା ସହ ପୁଲିଂ ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀ ଯେଉଁଠାରେ ଡ୍ୟୁଟି କରୁଥିବେ ସେହି ସ୍ଥାନରେ ଭୋଟ୍ ଦେବା ପାଇଁ ବ୍ୟବସ୍ଥା କରାଯାଇଛି ।

ଏଥିପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସ୍ୱତନ୍ତ୍ର ଭୋଟିଂ କେନ୍ଦ୍ର କରାଯିବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଉଛି । ସମସ୍ତ ଜିଲ୍ଲାରେ ଇଭିଏମ୍ ପହଞ୍ଚିବା ସହ ଟେଷ୍ଟିଂ ସରିଛି । ନିର୍ବାଚନ ପାଇଁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ କାମ ସରିଛି । ଏବେ ତୃତୀୟ ପର୍ଯ୍ୟାୟ କାମ ଚାଲିଥିବା କହିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।

Exit mobile version