ନୂଆଦିଲ୍ଲୀଠାରେ ଅନୁଷ୍ଠିତ କେନ୍ଦ୍ରୀୟ ନିର୍ବାଚନ ପରିଚାଳନା ସମିତି ବୈଠକରେ ଯୋଗ ଦେଲେ ଓଡିଶାର ପ୍ରତିନିଧିଦଳ

୦୧ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ୱର :-> ଆସନ୍ତା ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭାରତୀୟ ଜନତା ପାର୍ଟୀ ନିର୍ବାଚନ ପରିଚାଳନା ସମିତି ବୈଠକ ଅଜି ନୂଆଦିଲ୍ଲୀସ୍ଥିତ କେନ୍ଦ୍ରୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୌଠକରେ ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ.ପି.ନଡ୍ଡା, ରାଷ୍ଟ୍ରୀୟ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ବି.ଏଲ.ସନ୍ତୋଷ,

ରାଷ୍ଟ୍ରୀୟ ସାଧାରଣ ସଂପାଦକ ଶ୍ରୀ ସୁନୀଲ ବଂସଲ, ଶ୍ରୀ ତରୁଣ ଚୁଗ୍‌, ଶ୍ରୀ ଅରୁଣ ସିଂହ, ଶ୍ରୀ ବିନୋଦ ତାଓ୍‌ôଡେ ପ୍ରମୁଖ ଉପସ୍ଥିତ ରହି ସାଧାରଣ ନିର୍ବାଚନର ଗୁରୁତ୍ୱ ଏବଂ ନିର୍ବାଚନ ପରିଚାଳନା ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରିଥିଲେ ।

ଓଡିଶାରେ ଏକକାଳୀନ ବିଧାନସଭା ଏବଂ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେଉଥିବା କାରଣରୁ ଅଜିର ଏହି ବୈଠକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା । ଏହି ବୈଠକରେ ରାଜ୍ୟ ଉପସଭାପତି ଶ୍ରୀ ଗୋଲକ ମହାପାତ୍ର, ରାଜ୍ୟ ସଂପାଦକ ଶ୍ରୀ ସରୋଜ କର ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଅଶୋକ କୁମାର ମିଶ୍ର ଯୋଗ ଦେଇଥିଲେ ।

Exit mobile version