
୦୭ ଏପ୍ରିଲ, ୨୦୨୪ ( ଓଡିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ପୂର୍ବତନ ମନ୍ତ୍ରୀ ତଥା କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଓ ପିସିସି ଉପସଭାପତି ଗଣେଶ୍ୱର ବେହେରାଙ୍କ ସମେତ ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନା, ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ଏବଂ ଶତାଧିକ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧିଙ୍କୁ ଶ୍ରୀ ଜେନା, ଡକ୍ଟର ପାତ୍ର ଓ ଶ୍ରୀ ବେହେରା ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ ।

