୧୪୭ ବିଧାନସଭା ଆସନ ମଧ୍ୟରୁ ତିନି ଚତୁର୍ଥାଂଶ ଆସନରେ ରେକର୍ଡ ମାର୍ଜିନରେ ବାଜିମାତ କରିବ ।
ବିକାଶ ଧାରାକୁ ଆହୁରି ଆଗକୁ ନେବା ପାଇଁ ନବୀନ ପଟ୍ଟନାୟକ ଷଷ୍ଠଥର ମୁଖ୍ୟମନ୍ତ୍ରୀ ହେବେ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ।
ବିଜେଡି ନେତା ଭି କାର୍ତ୍ତିକ ପାଣ୍ଡିଆନ୍ ଏଭଳି ଆକଳନ କରିଛନ୍ତି ।

୦୭ ଏପ୍ରିଲ, ୨୦୨୪ ( ଓଡିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ସାଧାରଣ ନିର୍ବାଚନ-୨୦୨୪ରେ ବିଜେଡି ବାଜିମାତ କରିବ । ବିଜେଡି ନେତା ଭି କାର୍ତ୍ତିକ ପାଣ୍ଡିଆନ୍ ଏଭଳି ଆକଳନ କରିଛନ୍ତି । ଶ୍ରୀ ପାଣ୍ଡିଆନଙ୍କ ଆକଳନ ଅନୁସାରେ ବିଜେଡି ଏଥର ୧୪୭ ବିଧାନସଭା ଆସନ ମଧ୍ୟରୁ ତିନି ଚତୁର୍ଥାଂଶ ଆସନରେ ରେକର୍ଡ ମାର୍ଜିନରେ ବାଜିମାତ କରିବ । ଭୁବନେଶ୍ୱରଠାରେ ଆୟୋଜିତ ବିଜୁ ଶ୍ରମିକ ସାମ୍ମୁଖ୍ୟର ରାଜ୍ୟସ୍ତରୀୟ କନଭେନସନରେ ଯୋଗଦେଇ ଶ୍ରୀ ପାଣ୍ଡିଆନ ଏହା କହିଛନ୍ତି । ସେ କହିଛନ୍ତି ଯେ, ଏଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେକର୍ଡ ମାର୍ଜିନରେ ବିଜୟୀ ହୋଇ ପୁଣି ଥରେ ସରକାରକୁ ଆସୁଛନ୍ତି ।
