Home ଓଡ଼ିଶା ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ, ନୟାଗଡ ଜିଲ୍ଲାରେ 3897 ଟି ମାମଲା ଫଇସଲା by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୧ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ :-> ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ଭାରତର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ଦିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ 6 ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି 60 ଟି ଦେୱାନି ମାମଲା ଫଇସଲା କରାଯାଇଥିଲା । ଏନ. ଆଇ. ଆକ୍ଟ କେସ 2ଟି ଏବଂ ବିବାହଜନିତ 2 ଟି ମାମଲା ଫଇସଲା କରାଯାଇଥିଲା । ବ୍ଯାଙ୍କରୁ ଋଣ ନେଇ ଋଣ ପରିଶୋଧ କରିନଥିବା 136 ଜଣ ଋଣ ଗ୍ରହିତାଙ୍କଠାରୁ Rs. 4801397.00 ଟଙ୍କା ଦେବା ପାଇଁ ରାଜିନାମା ସ୍ବାକ୍ଷରିତ କରାଯାଇଥିଲା । ଅନ୍ଯାନ୍ଯ ଫୌଜଦାରୀ 83ଟି ମାମଲା ଫଇସଲା କରାଯାଇ Rs. 450 ଟଙ୍କା ଆଦାୟ କରଯାଇଥିଲା ୩୧ଟି ପ୍ରାକ ବିଜୁଳି ମାମଲା ଫଇସଲା କରାଯାଇ ୧୫୬୭୩୮.୬୨ ପଇସା ଆଦାୟ କରଯାଇଥିଲା ।ସେହିପରି ୩୫୭୬ଟି ରାଜସ୍ୱ ମାମଲା ଫଇସଲା କରାଯାଇ ୭,୧୨,୮୬୯ ଟଙ୍କା ଆଦାୟ କରଯାଇଥିଲା । ଏହି ଲୋକ ଅଦାଲତରେ ଜିଲ୍ଲା ଓ ଦୌରା ଜଜ ଶ୍ରୀଯୁକ୍ତ ଆନନ୍ଦ ନାରାୟଣ ମହାରଣା, ପରିବାର ଅଦାଲତ ବିଚାରପତି ଶ୍ରୀ ସୁବ୍ରତ କୁମାର ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ଶ୍ରୀମତୀ ରିଜା ରାୟ , ବରିଷ୍ଠ ଦେୱାନି ଅଦାଲତ ବିଚାରପତି ଶ୍ରୀ ସତ୍ୟବ୍ରତ ରଣା , ବରିଷ୍ଠ ଦେୱାନି ଅଦାଲତ ବିଚାରପତି (ଏଲ ଆର ଆଣ୍ଡ ଏଲଟିଭି ) ଶ୍ରୀପବିତ୍ରନନ୍ଦ ପ୍ରଧାନ, ଉପଖଣ୍ଡ ଫୌଜଦାରୀ ବିଚାରପତି ଶ୍ରୀ ସୌଭାଗ୍ୟ ରଞ୍ଜନ ପ୍ରଧାନ, ଜେ.ଏମ. ଏଫ.ସି ସୁଶ୍ରୀ ସାବିତ୍ରୀ ଦାସ, ଜେ.ଏମ. ଏଫ.ସି ରାକେଶ କୁମାର ସାହୁ ଏବଂ ସୁଶ୍ରୀ ସମୃଦ୍ଧି ସାଗରିକା ବାରିକ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ ଅଦାଲତ ପରିଚାଳନା କରିଥିବା ବେଳେ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ଶୃତିସ୍ନିଗ୍ଧା ଦାସ , ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ବିଶେଷ କୁମାର ସାହୁ, ବରିଷ୍ଠ ଦେୱାନି ବିଚାରପତି ତଥା ସହକାରୀ ଦୌରାଜଜ (ମହିଳା ଅଦାଲତ) ଡଃ ରୀନତି ମିଶ୍ର ଏବଂ ସିଭିଲ କୋର୍ଟ ରେଜିଷ୍ଟ୍ରାର ଡଃ ନିଶାକର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା ୧୪.୦୯.୨୦୨୪ ରିଖ ଶନିବାର ଅନୁଷ୍ଠିତ ହେବାକୁ ଯାଉଅଛି ବୋଲି ପ୍ରାଧିକରଣ ସଚିବ ଶ୍ରୀ ବିଶେଷ କୁମାର ସାହୁ ଜନ ସାଧାରଣ ଙ୍କୁ ସୂଚନା ଦେବା ସହ ଏହାର ସୁଫଳ ନେବାକୁ ପରାମର୍ଶ ପ୍ରଦାନ କରିଅଛନ୍ତି । Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content ରୋଜଗାର ନାହିଁ ଲୋକେ ଦାଦନ ମୁହାଁ.... by Proprietor Abhimanyu Maharana October 9, 2026 ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର by Proprietor Abhimanyu Maharana October 9, 2026 ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ by Proprietor Abhimanyu Maharana October 9, 2026 SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ by Proprietor Abhimanyu Maharana October 9, 2026 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ - ୨୦୨୬ଅନୁଷ୍ଠିତ by Proprietor Abhimanyu Maharana October 8, 2026 ସ୍ମାର୍ଟ କ୍ଲାସ୍ରୁମ୍ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ by Proprietor Abhimanyu Maharana October 8, 2026