Home ଓଡ଼ିଶା ବିରୋଧୀ ଦଳକୁ ବଡ଼ ଝଟକା, ବିଜେଡିରେ ସାମିଲ ହେଲେ ବିଜେପି ନେତା by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୨ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ଆସନ୍ତା ୨୫ ତାରିଖରେ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ହେବାକୁ ଯାଉଛି । ବିଜେଡି, ବିଜେପି ଓ କଂଗ୍ରେସ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦିତା ହେବାକୁ ଯାଉଛି । ଏହାରି ମଧ୍ୟରେ ଅନେକ ବିରୋଧୀ ଦଳର ନେତା ବିଜେଡିରେ ସାମିଲ ହେଉଥିବା ଦେଖିବାକୁ ମିଳିଲାଣି । ଦିନକୁ ଦିନ ଶକ୍ତିଶାଳୀ ହେଉଛି ନୟାଗଡ଼ ବିଜେଡି । ବିରୋଧୀ ଦଳର ନେତା ମାନେ ନିଜ ଦଳ ତ୍ୟାଗ କରି ବିଜେଡିରେ ସାମିଲ ହେଉଛନ୍ତି । ବିରୋଧୀ ଦଳରୁ ଅନେକ ନେତା ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ । ନିର୍ବାଚନ ଯେତିକି ପାଖେଇ ଆସୁଛି ବିଜୁ ଜନତା ଦଳ ସେତିକି ଶକ୍ତିଶାଳୀ ହେବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନୀତି ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା ବିଜେଡିରେ ଯୋଗ ଦେଉଛନ୍ତି । ନୟାଗଡ଼ ବ୍ଲକ ଅନ୍ତର୍ଗତ ବିରୁଡ଼ା ଗ୍ରାମ ପଞ୍ଚାୟତର ବିରୁଡ଼ା ଗ୍ରାମର ବିରୋଧୀ ଦଳର ନେତା ଦେବରାଜ ପୃଷ୍ଟି, ରାଜକିଶୋର ପୃଷ୍ଟି, ପଠାଣି ମୁଦୁଲି, ମହେଶ୍ୱର ମୁଦୁଲି, ନିତ୍ୟାନନ୍ଦ ମହାରଣା, ପ୍ରହଲ୍ଲାଦ ବେହେରା ଓ ବିଜୟ ମୁଦୁଲି ପ୍ରମୁଖ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଓ ବରିଷ୍ଠ ବିଜେଡି ନେତ୍ରୀ ଇରାନୀ ରାୟ ସେମାନଙ୍କୁ ବିଜୁ ଜନତା ଦଳ ତରଫରୁ ସ୍ୱାଗତ କରିଛନ୍ତି । ନବୀନ ପଟ୍ଟନାୟକ ଜିନ୍ଦାବାଦ, ଶଙ୍ଖ ଚିହ୍ନ ଜିନ୍ଦାବାଦ, ବିଜେଡି ଜିନ୍ଦାବାଦ, ଅରୁପ ପଟ୍ଟନାୟକ ଜିନ୍ଦାବାଦ, ଅରୁଣ ସାହୁ ଜିନ୍ଦାବାଦ ଓ ଆମ ପାଇଁ ବଡ଼ ଆମ ନୟାଗଡ଼ର ଶ୍ଳୋଗାନ ଦେଇଥିଲେ । ଏହି ମିଶ୍ରଣ ପର୍ବରେ ଜିଲ୍ଲା ପରିଷଦ ସଭ୍ୟ ସୁବାଷ କଅଁର, ବିରୁଡ଼ା ଗ୍ରାମ ପଞ୍ଚାୟତର ସମିତି ସଭ୍ୟାଙ୍କ ପ୍ରତିନିଧି ରଞ୍ଜନ କୁମାର ଲେଙ୍କା ଓ ଛାତ୍ର ନେତା ରଞ୍ଜିତ କୁମାର ପଲେଇ ପ୍ରମୁଖ ଯୋଗ ଦେଇଥିଲେ । ଆଗାମୀ ଦିନରେ ବିଜୁ ଜନତା ଦଳକୁ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଇଛନ୍ତି । Categories: ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍ Related Content ଛାତ୍ରଛାତ୍ରୀଙ୍କ ପାଇଁ ଶୁଦ୍ଧ ପାନୀୟଜଳର ସୁବିଧା: କ୍ରିଦାଶପୁର ହାଇସ୍କୁଲକୁ ରୋଟାରୀ କ୍ଲବ୍ର ଆକ୍ୱାଗାର୍ଡ ଉପହାର by Proprietor Abhimanyu Maharana October 4, 2026 ଇଟାମାଟିରେ ରକ୍ତଦାନ ଶିବିର by Proprietor Abhimanyu Maharana October 4, 2026 ନୟାଗଡ଼ରେ ଗାନ୍ଧୀ ଜୟନ୍ତୀ, ଶାସ୍ତ୍ରୀ ଜୟନ୍ତୀ ଏବଂ ସ୍ୱଚ୍ଛ ଭାରତ ଦିବସ ପାଳିତ by Proprietor Abhimanyu Maharana October 4, 2026 ରଣଜୀ ଟ୍ରଫି ପାଇଁ ଇଷ୍ଟ କୋଷ୍ଟ ରେଲୱେ ସ୍ପୋର୍ଟସ୍ ଆସୋସିଏସନ୍ ପକ୍ଷରୁ ଭାରତୀୟ ରେଳ କ୍ରିକେଟ୍ ଦଳ ଚୂଡ଼ାନ୍ତ by Proprietor Abhimanyu Maharana October 4, 2026 ଜଳ ଅର୍ପଣ ଦିବସ ପାଳିତ ବିଭାଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ଯୋଗୁଁ ଜାତୀୟ ସ୍ତରରେ ବେଲଗାଁ ପଞ୍ଚାୟତ ପୁରସ୍କୃତ : ମୁଖ୍ୟ ଅତିଥି by Proprietor Abhimanyu Maharana October 3, 2026 ପ୍ରଶାସନ ଶୁଣିଲାନି, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ ପରେ ପ୍ରତିଶ୍ରୁତି by Proprietor Abhimanyu Maharana October 3, 2026