Home ଓଡ଼ିଶା ମୁଖ୍ୟମନ୍ତ୍ରୀ ପଦପାଇଁ ଲମ୍ବା ଧାଡି , ଅନେକ ଆଶାୟୀ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ★ ଚର୍ଚ୍ଚାରେ ସର୍ବାଗ୍ରେ ଗିରିଶ ମୁର୍ମୁଙ୍କ ନାଁ ★ କିଏ ଏହି ଗିରିଶ ମୁର୍ମୁ ୫ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଦଶପଲ୍ଲା :-> ଆରମ୍ଭ ହୋଇଯାଇଛି ଅବ ଗଣନା । ଚାଲିଛି କଳ୍ପନା ଜଳ୍ପନା । କିଏ ହେବ ପରବର୍ତ୍ତୀ ମୂଖ୍ୟମନ୍ତ୍ରୀ । ଓଡ଼ିଶାରେ ସାଧାରଣ ନିର୍ବାଚନ ପରେ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜେପି ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛି। ତେଣୁ ଓଡ଼ିଶାର ଲୋକପ୍ରିୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାନରେ କିଏ ବିଜେପି ମୁଖ୍ୟମନ୍ତ୍ରୀ ହେବେ ତାହାକୁ ନେଇ ଅଂକକଷା ଆରମ୍ଭ ହୋଇଯାଇଛି। ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜେପି କୌଣସି ନିର୍ଦ୍ଦିଷ୍ଟ ବ୍ୟକ୍ତିଙ୍କୁ ପ୍ରଛଦପଟ୍ଟ କୁ ଆଣିନଥିବାବେଳେ, ବିଜେପିର କେନ୍ଦ୍ରୀୟ ନେତୃତ୍ବର ଗତାନୁଗତିକ ପୂର୍ବ ଢାଞ୍ଚାକୁ ଆପଣାଇବାଭଳି ମନେହୁଏ । ଉଦହରଣ ସ୍ବରୂପ ,ଯେପରି ମନୋହରଲାଲ୍ ଖଟ୍ଟରଙ୍କ ଭଳି ଅଜଣା, ଅଶୁଣା କିନ୍ତୁ ଗ୍ରହଣୀୟ ବିଧାୟକ ନେତୃତ୍ବ ନେବାର ସମ୍ଭାବନା ରହିଛି I ଲୋକସଭାର ସ୍ଥିତିକୁ ଦେଖିଲେ ୫୪୩ ଆସନରୁ ବିଜେପି ମୋଟ୍ ୨୪୦ ସିଟ୍ ହାସଲ କରିପାରିଛି। ଏକାକୀ ସରକାର ଗଢ଼ିବା ପାଇଁ ଆବଶ୍ୟକ ସଂଖ୍ୟା ହେଉଛି ୨୭୨ । ଅର୍ଥାତ୍ ବିଜେପି କେନ୍ଦ୍ରରେ ମିଳିତ ସରକାର କରିବାକୁ ବାଧ୍ୟ ହେବ। ସେଥିପାଇଁ ବିଜେପିର ଯିଏ ବି ପ୍ରଧାନମନ୍ତ୍ରୀ ହେବେ, ସେହି ବ୍ୟକ୍ତି କେବେହେଲେ ଜିତିଥିବା ଲୋକ ସଭା ପ୍ରାର୍ଥୀଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ପଦ ହେବା ପାଇଁ ସୁଯୋଗ ଦେବେ ନାହିଁ। କାରଣ ବର୍ତ୍ତମାନ ଲୋକ ସଭାରେ ବିଜେପିର ଉପୁଜିଥିବା କଠିନ ପରିସ୍ଥିତି ଯୋଗୁ ଗୋଟିଏ ବି ଆସନ ହଲ୍ଚଲ ହେଉ ବୋଲି ଚାହିଁବେ ନାହିଁ। ସେ ଦୃଷ୍ଟିରୁ ବିଧାନସଭାକୁ ଜିତିଥିବା ପ୍ରାର୍ଥୀଙ୍କ ଭିତରୁ ଜଣେ ମୁଖ୍ୟମନ୍ତ୍ରୀ ହେବେ। କିଏ ହେବେ ତାହା ଏବେ କହିବା ଅସମ୍ଭବ । ଏହାକୁ ନେଇ ଅଙ୍କକଷା ଆରମ୍ଭ ହୋଇଯାଇଛି। ଓଡ଼ିଶା ପ୍ରଭାରୀ ବିଜୟପାଲ ସିଂ ତୋମାର ଓ ଭୂପେନ୍ଦ୍ର ଯାଦବ ରାଜ୍ୟ କାର୍ଯ୍ୟାଳୟରେ ଦଳୀୟ ନେତାଙ୍କ ସହିତ ଆଲୋଚନା କରିଛନ୍ତି । ଦଳରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୁଖପାତ୍ର ସମ୍ବିତ ପାତ୍ର, ରାଷ୍ଟ୍ରୀୟ ଉପାଧ୍ଯକ୍ଷ ବୈଜୟନ୍ତ ପଣ୍ଡା, ପ୍ରତାପ ଷଡ଼ଙ୍ଗୀ ପ୍ରମୁଖଙ୍କ ନାମ ମୁଖ୍ୟମନ୍ତ୍ରୀ ପାଇଁ ଚର୍ଚ୍ଚା ହେଉଛି। ଏଥିସହିତ ବିଜେପିରୁ ସାଂସଦଭାବେ ନିର୍ବାଚିତ ହୋଇଥିବା ଭର୍ତ୍ତୃହରି ମହତାବଙ୍କ ସମେତ ଦେଶର ଏକ ଉଚ୍ଚ ପଦବୀରେ ଥୂବା ଓଡ଼ିଆ ପୁଅ ଗିରୀଶଚନ୍ଦ୍ର ମୁର୍ମୁଙ୍କ ନାମ ମଧ୍ୟ ମୁଖ୍ୟମନ୍ତ୍ରୀ ପଦପାଇଁ ଆଗକୁ ଆସୁଥିବା ଜଣାଯାଉଛି । Categories: ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍ Related Content ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ by Proprietor Abhimanyu Maharana October 4, 2026 ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ by Proprietor Abhimanyu Maharana October 4, 2026 ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ by Proprietor Abhimanyu Maharana October 4, 2026 ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ by Proprietor Abhimanyu Maharana October 4, 2026 କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା by Proprietor Abhimanyu Maharana October 4, 2026 Kandhamal Gram Sabhas Strengthen Community Commitment to End Child Marriage by Proprietor Abhimanyu Maharana October 4, 2026