ଭି କେ ପାଣ୍ଡିଆନଙ୍କ ନାଁରେ ଇଡିରେ ଅଭିଯୋଗ : ଗିରଫ ଦାବି କଲା ଜଗନ୍ନାଥ ସେନା

୦୮ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :->  ଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ଦିଲ୍ଲୀରେ ଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କାର୍ଯ୍ୟାଳୟରେ ପାଣ୍ଡିଆନଙ୍କ ନାମରେ ଅଭିଯୋଗ କରିଛନ୍ତି । ଅଭିଯୋଗ ଦାଖଲ କରିବା ପରେ ଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି, ପଣ୍ଡିଆନ୍ କ୍ଷମତାର ଅପବ୍ୟବହାର କରି ଓଡ଼ିଶାର ଶାସନ ବ୍ୟବସ୍ଥାକୁ କବଜା କରି ବ୍ୟାପକ ଦୁର୍ନୀତି କରିଛନ୍ତି । ଖଣି, ନଗର ଉନ୍ନୟନ, ଅବକାରୀ, ରାଜସ୍ବ ତଥା ଅନେକ ବିଭାଗରେ ସେ ତାଙ୍କ ସହଯୋଗୀଙ୍କ ସହ ବ୍ୟାପକ ଅର୍ଥ ଦୁର୍ନୀତି କରିଛନ୍ତି।

କେବଳ ସେତିକି ନୁହେଁ କୋଟି କୋଟି ଲୋକଙ୍କ ଆସ୍ଥାର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅପମାନ କରିଛନ୍ତି । ଅର୍ପଣ ରଥ ଆଳରେ ମହାପ୍ରଭୁଙ୍କୁ ବୁଲାଇ ଭିକ ପାଣ୍ତିଆନ ମଗାଇଥିବା ସେ କହିଛନ୍ତି । ଓଡ଼ିଶାରେ ବେଆଇନ ଭାବେ ଶାସନ କଳକୁ କବଜା କରିବା, ବ୍ୟାପକ ଦୁର୍ନୀତି କରିବା, ମହାପ୍ରଭୁଙ୍କୁ ଅପମାନ କରିଥିବା ଆଦି ଅଭିଯୋଗରେ ଇଡି ପାଣ୍ଡିଆନଙ୍କୁ ଗିରଫ କରି କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଜଗନ୍ନାଥ ସେନା ଦାବି କରିଛି ।

Exit mobile version