ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ , ଶପଥ ପାଠ କରାଇଲେ ମାନ୍ୟବର ରାଜ୍ୟପାଳ ଶ୍ରୀ ରଘୁବର ଦାସ ମଞ୍ଚ ଉପରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
୧୨ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଅପରାହ ୫ ଘଟିକାରେ ଜନତା ମଇଦାନଠାରେ ଆୟୋଜିତ ଏକ ଭବ୍ୟ ସମାରୋହରେ ମାନ୍ୟବର ରାଜ୍ୟପାଳ ଶ୍ରୀ ରଘୁବର ଦାସ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଶପଥ ପାଠ କରାଇଛନ୍ତି । ମାନ୍ୟବର ରାଜ୍ୟପାଳ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରାଇଛନ୍ତି ।
ଏହି ଅବସରରେ ଶ୍ରୀ ସୁରେଶ ପୂଜାରୀ, ଶ୍ରୀ ରବି ନାରାୟଣ ନାଏକ, ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଡ. ମୁକେଶ ମହାଲିଙ୍ଗ, ଶ୍ରୀ ବିଭୂତି ଭୂଷଣ ଜେନା, ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କ୍ୟାବିନେଟ୍ ମନ୍ତ୍ରୀ ଏବଂ ଶ୍ରୀ ଗଣେଶରାମ ସିଂ ଖୁଣ୍ଟିଆ, ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଶ୍ରୀ ପ୍ରଦୀପ ବଳସାମନ୍ତ, ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏବଂ ଶ୍ରୀ ସମ୍ପଦ ଚରଣ ସ୍ୱାଇଁ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ) ଭାବେ ମଧ୍ୟ ଶପଥ ଗ୍ରହଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ । ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା, ସଡ଼କ ପରିବହନ ମନ୍ତ୍ରୀ ଶ୍ରୀ ନିତୀନ ଗଡ଼କରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ରସାୟନ ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନ, ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳବାଇ ଓ ସୂଚନା ପ୍ରସାରଣ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ, ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ୍ ଓରାମ୍, ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଯାଦବ,
