
୧୫ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭାପୁର :-> ନୟାଗଡ ଜିଲ୍ଲା ଭାପୁର ବ୍ଲକ ଅନ୍ତର୍ଗତ ଶାଳପଡା ପଞ୍ଚାୟତର ସରପଞ୍ଚ ସନ୍ତୋଷ କୁମାର ପଣ୍ଡା ଶନିବାର ଦିନ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ପୁଷ୍ପଗୁଚ୍ଛ ପ୍ରଦାନ କରି ପଞ୍ଚାୟତ ବାସୀଙ୍କ ପକ୍ଷରୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ପଣ୍ଡା ଶାଳପଡା ପଞ୍ଚାୟତର ବିକାଶ ପାଇଁ ସଦା ସର୍ବଦା ଚେଷ୍ଟା ଜାରି ରଖିଥିବା ବେଳେ ଆଗାମୀ ଦିନରେ ପଞ୍ଚାୟତର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ସହ ପଞ୍ଚାୟତର ବିକାଶ ଜାରି ରଖିବେ ।

