ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କଲେ ରାଜ୍ୟ ସରକାର – କେଭିଙ୍କୁ ଶକ୍ତି, ପ୍ରଭାତୀଙ୍କୁ ମିଶନ ଶକ୍ତି ଓ ସୁରେଶଙ୍କୁ ରାଜସ୍ୱ

ମନ୍ତ୍ରୀ ମାନଙ୍କ ବିଭାଗ ବଣ୍ଟନ ପରେ ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ମନ୍ତ୍ରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।

ଓଡ଼ିଶା ର ବିକାଶ ଏବଂ ଓଡ଼ିଶା ବାସୀ ଙ୍କ କଲ୍ୟାଣ ଦିଗରେ ନୂତନ ମନ୍ତ୍ରୀ ମାନେ ପ୍ରତିବଦ୍ଧତାର ସହ ଦାୟିତ୍ଵ ସମ୍ପନ୍ନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

ଓଡ଼ିଆ ଜାତିର ଅସ୍ମିତାକୁ ଦୃଷ୍ଟିରେ ରଖି ରାଜ୍ୟର ବିକାଶକୁ ଆଗେଇ ନେବା ପାଇଁ ସେ ମନ୍ତ୍ରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି।

ନୂତନ ମନ୍ତ୍ରୀ ମାନଙ୍କ କାର୍ଯ୍ୟଦକ୍ଷତା ବଳରେ ଓଡ଼ିଶା ଦେଶର ଏକ ନମ୍ବର ରାଜ୍ୟ ଭାବରେ ବିକଶିତ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।

୧୫ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ରାଜ୍ୟର ନବଗଠିତ ବିଜେପି ସରକାରଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ବିଭାଗ ବଣ୍ଟନ ନେଇ ଉତ୍କଣ୍ଠା ରହିଥିଲା, ତାହା ଶେଷ ହୋଇଛି। ଶନିବାର ସନ୍ଧ୍ୟାରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ, ଜଳ ସମ୍ପଦ ଏବଂ ଯୋଜନା ଓ ସଂଯୋଜନ ବିଭାଗ ରଖିଛନ୍ତି। ଜୁନ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ୧୩ ଜଣ ମନ୍ତ୍ରୀ ଶପଥ ନେଇଥିଲେ।

ଉପମୁଖ୍ୟମନ୍ତ୍ରୀ

୧) କନକ ବର୍ଦ୍ଧନ ସିଂହ ଦେଓ – କୃଷି ଓ କୃଷକ ଶସକ୍ତକରଣ ଏବଂ ଶକ୍ତି ,  ୨) ପ୍ରଭାତୀ ପରିଡ଼ା – ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ

କ୍ୟାବିନେଟ୍ ମନ୍ତ୍ରୀ

୧) ସୁରେଶ ପୂଜାରୀ – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା,  ୨) ରବି ନାରାୟଣ ନାୟକ – ଗ୍ରାମ ଉନ୍ନୟନ. ପଞ୍ଚାୟତରାଜ ଓ ପାନୀୟଜଳ,  ୩) ନିତ୍ୟାନନ୍ଦ ଗଣ୍ଡ – ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ଶସକ୍ତକରଣ,  ୪) କୃଷ୍ଣଚନ୍ଦ୍ର ପାତ୍ର – ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ,  ୫) ପୃଥ୍ୱୀରାଜ ହରିଚନ୍ଦନ – ଆଇନ୍‌, ପୁତ୍ତ ଓ ଅବକାରୀ,  ୬) ଡ. ମୁକେଶ ମହାଲିଙ୍ଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ,  ୭) ବିଭୁତି ଭୁଷଣ ଜେନା – ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି,  ୮) ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର – ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ

ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ

୧) ଗଣେଶ ରାମ ସିଂ ଖୁଣ୍ଟିଆ – ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା,  ୨) ସୂର୍ଯ୍ୟବଂଶୀ ସୂରଜ – ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି,  ୩) ପ୍ରଦୀପ ବଳସମାନ୍ତ – ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ,  ୪) ଗୋକୁଳାନନ୍ଦ ମଲ୍ଲିକ – ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ,  ୫) ସମ୍ପଦ ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା.

 
 

Exit mobile version