୨୨ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :-> କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ସୁମେରବନ୍ଧ ଏବଂ ଗୋଛାପଡା ଥାନା ଅଧୀନ କ୍ରାଣ୍ଡିବାଲି, ପକାରୀ ସହ ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର ପଡ଼ିଥିବା ଦେଖିବାକୁ ମିଳିଛି। କିଛି ଦିନର ନୀରବତା ପରେ ମାଓବାଦୀ ସଂଗଠନ ଏହି ଅଞ୍ଚଳରେ ପୁଣି ଥରେ ପୋଷ୍ଟର ମାରି ନିଜର ସ୍ଥିତି ଜାହିର କରିଛନ୍ତି। ଏହି ପୋଷ୍ଟର ପଡିବା ପରେ ଅଞ୍ଚଳରେ ଏକପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି। ଗତ ଫେବୃଆରୀ ୫ ତାରିଖ ଦିନ ଗୋଛାପଡା ଥାନା କଙ୍ଗେରିକିଆ ଗାଁରେ ପୋଲିସ ଗୁଳିରେ ମୃତ୍ୟୁବରଣ କରିଥିବା ଦୁର୍ଦ୍ଦାନ୍ତ ମାଓବାଦୀ ଦଶରୁକୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି।
