Home ଓଡ଼ିଶା ଚିଲିକା ବ୍ଲକ୍ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ତୃଣମୂଳ ସ୍ତର ପର୍ଯ୍ୟନ୍ତ ସରକାରୀ ସେବା ପ୍ରଦାନ କରିବାରେ ବ୍ଲକ୍ର ଭୂମିକା ଗୁରୁତ୍ୱପୂର୍ଣ୍ଣ ବିକାଶ କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବାକୁ ଅଧିକାରୀମାନଙ୍କୁ ଦେଲେ ପରାମର୍ଶ ୨୭ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଏ ସରକାର ଲୋକଙ୍କ ସରକାର । ସାଧାରଣ ଲୋକଙ୍କୁ ଉପଯୁକ୍ତ ସେବା ପ୍ରଦାନ ଆମ ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ । ତେବେ ରାଜ୍ୟର ସାମଗି୍ରକ ବିକାଶ ପାଇଁ ପ୍ରସ୍ତୁତ ସବୁଯୋଜନା ବ୍ଲକ୍ ସ୍ତରରୁ ଆରମ୍ଭ ହେବା ଉଚିତ ବୋଲି ଆଇନ, ପୂର୍ତ୍ତ, ଅବକାରୀ ବିଭାଗ ମାନ୍ୟବର ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଚିଲିକା ବ୍ଲକ୍ ସମ୍ମିଳନୀ କକ୍ଷରେ ଆୟୋଜିତ ପ୍ରଥମ ସମୀକ୍ଷା ବୈଠକରେ ଯୋଗଦେଇ ମତବ୍ୟକ୍ତ କରିଛନ୍ତି । ଚିଲିକା ବ୍ଲକ୍ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ନେଇ ଆଜି ଆୟୋଜିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିବା ସହ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେ ଯେ ବ୍ଲକ୍ ହେଉଛି ଏପରି ସ୍ଥାନ ଯେଉଁଠି ପ୍ରତ୍ୟେକ ଲୋକ ସରକାରୀ ସୁବିଧା ଓ ନ୍ୟାୟ ପାଇପାରିବେ । ତେଣୁ ଏଠାରେ କାର୍ଯ୍ୟରତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ବେଶ୍ ଗୁରୁଦାୟିତ୍ୱ ରହିଛି । ତେଣୁ ଅଧିକାରୀ ଓ କର୍ମଚାରୀମାନେ ସେବାମନୋଭାବ ନେଇ ଦାୟିତ୍ୱ ନିର୍ବାହ କରନ୍ତୁ ବୋଲି ମନ୍ତ୍ରୀ ତାଙ୍କ ବକ୍ତବ୍ୟରେ କହିଛନ୍ତି ା ସମସ୍ତ ବିକାଶମୂଳକ କାର୍ଯ୍ୟ, ଜନକଲ୍ୟାଣକାରୀ ଯୋଜନା, ବିଭିନ୍ନ ସରକାରୀ ଯୋଜନା ଓ କାର୍ଯ୍ୟକ୍ରମକୁ ପ୍ରାଧାନ୍ୟ ଦେବା ସହ ସାଧାରଣ ଲୋକଙ୍କ ମଙ୍ଗଳ ଉଦ୍ଦେଶ୍ୟରେ ନୂଆ ଯୋଜନା ଓ କାର୍ଯ୍ୟକ୍ରମ ପ୍ରଣୟନ ନେଇ ପ୍ରସ୍ତାବ ଦେବା ପାଇଁ ମଧ୍ୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ଏଥି ସହିତ ପ୍ରତି ତିନିମାସରେ ହେବାକୁ ଥିବା ସମୀକ୍ଷା ବୈଠକରେ କାର୍ଯ୍ୟକ୍ରମ ଏବଂ ଜାରି ରହିଥିବା ଯୋଜନାର ଅଗ୍ରଗତି ନେଇ ରିପୋର୍ଟ ପ୍ରଦାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ବ୍ଲକ୍ରେ ଥିବା ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମନ୍ତ୍ରୀ ସିଡିପିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆଜିର ବୈଠକରେ ବ୍ଲକ୍ ଅଧ୍ୟକ୍ଷା ଜ୍ୟୋତ୍ସ୍ନାମୟୀ ବେହେରା, ଉପାଧ୍ୟକ୍ଷ ଅରୁଣ କୁମାର ପଟ୍ଟନାୟକଙ୍କ ସମେତ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ବାଦଲ କୁମାର ମହାନ୍ତି, ବ୍ଲକ୍ ଉନ୍ନୟନ ଅଧିକାରୀ, ସ୍ଥାନୀୟ ତହସିଲଦାରଙ୍କ ସମେତ ସଂପୃକ୍ତ ସମସ୍ତ କ୍ଷେତ୍ର ଅଧିକାରୀ ଉପସ୍ଥିତ ଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍ Related Content ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ by Proprietor Abhimanyu Maharana August 19, 2026 ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ by Proprietor Abhimanyu Maharana August 19, 2026 ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ by Proprietor Abhimanyu Maharana August 19, 2026 Rashtriya Prabasi Odia Paribar hosts Health Camp by Proprietor Abhimanyu Maharana August 19, 2026 ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ by Proprietor Abhimanyu Maharana August 19, 2026 ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ by Proprietor Abhimanyu Maharana August 19, 2026