ବନ୍ୟପ୍ରାଣୀ ବିଭାଗକୁ ବଡ ସଫଳତା ,ବନ୍ଧୁକଧାରୀ ଶିକାରୀ ଗିରଫ

୨୮ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଦଶପଲ୍ଲା  :-> ଶିକାରୀକଂ ଅମରାବତୀ ପାଲଟିଥିବା ଦଶପଲ୍ଲା ବନାଞ୍ଚଳରେ ଦିନକୁ ଦିନ ବଢ଼ି ଚାଲିଛି ଶିକାର। ବିଭିନ୍ନ ସମୟରେ ଶିକାରୀମାନେ ଫାଶ ଓ ବନ୍ଧୁକ ମାଧ୍ୟମରେ ଶିକାର କରୁଥିବା ବେଳେ,ଏବେ ଦଶପଲ୍ଲା ବନାଞ୍ଚଳର (ଟେରିଟୋରିଆଲ) ଓ ବନ୍ୟପ୍ରାଣୀ ବିଭାଗ ଅଧୀନସ୍ଥ ଅଭୟାରଣ୍ୟ ମଧ୍ୟରେ ଅହରହ ଘୂରି ବୁଲୁଛନ୍ତି ଆନ୍ତଃରାଜ୍ୟ ବନ୍ଧୁକଧାରୀ ଶିକାରୀ। ଦୈନିକ ବନ୍ୟଜନ୍ତୁଙ୍କୁ ଶିକାର କରି ଖୋଲାଖୋଲି ଭାବରେ ମାଂସକୁ ଛକ ବଜାରରେ ବିକ୍ରୟ କରାଯାଉଛି ।

ହେଲେ ଟେର୍ ପାଉନି ବନବିଭାଗ । ଏଭଳି ସ୍ଥିତିରେ ମହାନଦୀ ବନ୍ୟପ୍ରାଣୀ ବିଭାଗ ଅଧୀନସ୍ଥ ବାଣିଗୋଛା (ପୂର୍ବ) ବନ୍ୟପ୍ରାଣୀ ବିଭାଗକୁ ଏକ ସଫଳତା ମିଳିଥିବା ଦେଖିବାକୁ ମିଳିଛି । ଜଙ୍ଗଲରେ ଘୂରି ବୁଲୁଥିବା ଜଣେ ବନ୍ଧୁକଧାରୀ ଶିକାରୀକୁ ଅଟକ କରିବା ସହ ଘଟଣାର ଅଧିକ ତଦନ୍ତ ଚଳାଇଥିବା ଜଣାପଡ଼ିଛି। ଏନେଇ ବନଖଣ୍ଡ ଅଧିକାରୀ ଫାଲଗୁନି ସାରଥୀ ମଲ୍ଲିକ କହିଛନ୍ତି, ଜଣେ ଶିକାରୀକୁ ଅଟକ ରଖାଯିବା ସହ ଏକ ବନ୍ଧୁକ ଜବତ ହୋଇଛି । ଏ ଘଟଣାର ଅଧିକ ତଦନ୍ତ ଜାରି ରହିଛି ।

Exit mobile version