Home ଓଡ଼ିଶା ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ନିଶା ନିରୋଧ ଦିବସ ପାଳିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୮ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମ ନିଯୁକ୍ତି ଅନୁଷ୍ଠାନ ଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟ କ୍ରମରେ ପୂର୍ବାହ୍ନ ଘ ୮.ଘଟିକା ସମୟରେ ସହରରୁ ବିଭିନ୍ନ ଶିକ୍ଷାନୁଷ୍ଠାନରୁ ଆସିଥିବା ଛାତ୍ର ଛାତ୍ରୀ, ସମନ୍ଵିତ ପୁନର୍ବାସ କେନ୍ଦ୍ର, ପାରଳାଖେମୁଣ୍ଡି ର ଅନ୍ତେବାସୀ ଓ ବିଭାଗୀୟ କର୍ମକର୍ତ୍ତାଙ୍କ ଗହଣରେଏକ ପଦଯାତ୍ରା ଆରମ୍ଭ କରାଯାଇଥିଲା । ଉକ୍ତ ପଦଯାତ୍ରାକୁ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏଥିରେ ପ୍ରାୟ ୮୦ରୁ ଉର୍ଦ୍ଧ ଜଣ ଅଂଶଗ୍ରହଣକାରି ଯୋଗ ଦେଇଥିଲେ । ପଦଯାତ୍ରା ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ବାଳକ ଉଚ୍ଚ ବିଦ୍ୟାଳୟରୁ ଆରମ୍ଭ ହୋଇ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ(RSETI) ରେ ଶେଷ ହୋଇଥିଲା। ପରେ ପରେ କାର୍ମଶାଳା ଘ ୯.୩୦ସମୟରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସୁଶ୍ରୀ ସ୍ଵାତି ଏସ କୁମାର, ଆରକ୍ଷୀ ଅଧିକ୍ଷକ, ଗଜପତି, ଶ୍ରୀଯୁକ୍ତ ଏସ. ଆନନ୍ଦ, ଜିଲ୍ଲା ବନଖଣ୍ଡ ଅଧିକାରୀ, ପାରଳାଖେମୁଣ୍ଡି, ଶ୍ରୀଯୁକ୍ତ ବିରେନ୍ଦ୍ର କୁମାର ଦାସ, ଅତିରିକ୍ତ ଜିଲ୍ଲାପାଳ,ଗଜପତି ଏବଂ ଡଃ.ଏମ. ଏମ.ଅଲ୍ଲୀ, ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ,ଗଜପତି ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଶ୍ରୀଯୁକ୍ତ ସନ୍ତୋଷ କୁମାର ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଜିଲ୍ଲାର ଦୁଇ ଜଣ ବ୍ୟକ୍ତି ବନମାଳୀ ବରାଡ ଓ ହିମାଂଶୁ ଶେଖର ସାମଲ ଙ୍କୁ ନିଶା ନିବାରଣ କେନ୍ଦ୍ରରେ ଚିକିତ୍ସା ହୋଇ ନିଶା କବଳରୁ ମୁକ୍ତ ହେବ। ସଙ୍ଗେ ସଙ୍ଗେ ଏକ ସୁସ୍ଥ ସମ୍ମାନିତ ଜୀବନ ଯାପନ କରୁଥିବାରୁ ସଭାରେ ପ୍ରଶଂସା ପତ୍ର ସହ ସମ୍ମାନିତ କରାଯାଇଥିଲା । ପରେ ପରେ ଗଜପତି ଟ୍ଯାଲେନ୍ଟ ଡାନ୍ସ ଗୃପ ର କଳାକାରଙ୍କ ଦ୍ଵାରା ଏକ ସଚେତନତା ମୂଳକ ନାଟକ ପରିବେଷଣ କରାଯାଇଥିଲା ଏବଂ ଅଂଶ ଗ୍ରହଣ କରିଥିବା ସମସ୍ତ କଳାକାରଙ୍କୁ ଅତିଥିଙ୍କ ଦ୍ଵାରା ପ୍ରଶଂସା ପତ୍ର ସହ ସମ୍ମାନିତ କରାଯାଇଥିଲା । ଏହି ଦିବସ ଉପଲକ୍ଷେ ଉଚ୍ଚ ବିଦ୍ୟାଳୟ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଜିଲ୍ଲା ସ୍ତରୀୟ ପ୍ରବନ୍ଧ ଲିଖନ , ବକୃତ ଓ ଚିତ୍ରାଙ୍କନ ପ୍ରତିଯୋଗିତା କନିଷ୍ଠ ଓ ବରିଷ୍ଠ ବର୍ଗ ରେ ଅନୁଷ୍ଠିତ କରାଯାଇଥିଲା ଏବଂ ୧୮ ଜଣ କୃତୀ ଛାତ୍ର ଛାତ୍ରୀଙ୍କୁ ମଞ୍ଚରେ ଅତିଥିଙ୍କ ଦ୍ବାରା ସମ୍ମାନ ପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି କର୍ମଶାଳାରେ ମୋଟ ୧୨୦ ବ୍ୟକ୍ତିବିଶେଷ ଯୋଗ ଦେଇଥିଲେ । ଶେଷରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ । Categories: ଓଡ଼ିଶା, ଗଜପତି, ହୋମ୍ Related Content ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ by Proprietor Abhimanyu Maharana October 4, 2026 ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ by Proprietor Abhimanyu Maharana October 4, 2026 କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା by Proprietor Abhimanyu Maharana October 4, 2026 Kandhamal Gram Sabhas Strengthen Community Commitment to End Child Marriage by Proprietor Abhimanyu Maharana October 4, 2026 ଜାଗୃତିକା ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 4, 2026 ଗାନ୍ଧୀ ଜୟନ୍ତୀ ରେ ବରିଷ୍ଠ ନାଗରିକ ସଙ୍ଘ ର ରାସ୍ତା ସଫେଇ ଅଭିଯାନ by Proprietor Abhimanyu Maharana October 4, 2026