Home ଓଡ଼ିଶା ଚାନ୍ଦବାଲି ଥାନା ସମ୍ମୁଖରେ ଦଳିତ ମହିଳାଙ୍କୁ ପୋଲିସ ଘୋଷାଡ଼ି ନେବା ଘଟଣା – ଜଣେ ASI by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୮ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚାନ୍ଦବାଲି :-> ଚାନ୍ଦବାଲି ଥାନା ସମ୍ମୁଖରେ ଦଳିତ ମହିଳାଙ୍କୁ ପୋଲିସ ଘୋଷାଡ଼ି ନେବା ଘଟଣା -ଜଣେ ASI, ଜଣେ କନଷ୍ଟେବଲ୍ ଓ ଜଣେ ହୋମଗାର୍ଡଙ୍କୁ ବଦଳି, ଭଦ୍ରକ ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ବଦଳି କଲେ ଏସ୍ପି. ଜୁନ୍ ୨୫ ସନ୍ଧ୍ୟା ସମୟରେ ଘୋଷାଡ଼ି ଘୋଷାଡ଼ି ନେଇଥିଲା ପୋଲିସ , ଗତ ୨୫ ତାରିଖ ସନ୍ଧ୍ୟାରେ ରାଜନଗରର ଅଞ୍ଚଳର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ କିଏ ମାରପିଟ କରିଥିବା ନେଇ ଚାନ୍ଦବାଲି ଥାନାକୁ ଅଭିଯୋଗ କରିବା ପାଇଁ ଆସିଥିଲେ। ଏହି ସମୟରେ ଜଣେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଉଥିଲା । ସେ ଥାନା ସମ୍ମୁଖରୁ ଏକ ନୂଆ ଚପଲ ପିନ୍ଧି ଯାଇଥିବା ବେଳେ ଖୋଳକୁ ସେଠାରେ ଫୋପାଡ଼ି ଦେଇଥିଲେ। ଉକ୍ତ ଖୋଳରେ ମହିଳାଙ୍କ ଝିଅ ଖେଳିଥିଲା। ଝିଅ ଖେଳି ସାରିବା ପରେ ମହିଳା ଜଣଙ୍କ ଏହି ଖୋଳକୁ ଗେଟ୍ ପାଖକୁ ଫୋପାଡ଼ି ଦେଇଥିଲେ। ମାତ୍ର ଉକ୍ତ ଖୋଳକୁ ଡଷ୍ଟବିନରେ ପକାଇବାକୁ ଜଣେ କନଷ୍ଟେବଳ ମହିଳାଙ୍କୁ କହିଥିଲେ। ମାତ୍ର ସେ ମନା କରିବାରୁ ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ କନଷ୍ଟେବଳ ଉକ୍ତ ମହିଳାଙ୍କ ଗାଲକୁ ସାତଆଠ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି । ପରେ ମହିଳା ଜଣଙ୍କ ପାଟି କରିବାରୁ କନଷ୍ଟେବଳ ଜଣକ ତାଙ୍କୁ ଏକ ବାଡ଼ିରେ ନିର୍ଧୂମ ପିଟିଥିଲେ। ଏହାପରେ ୩ ଜଣ ପୁଲିସ୍ ପହଞ୍ଚି ତାଙ୍କୁ ଜବରଦସ୍ତି ଟେକି ନେଇ ଥାନା ଗେଟ୍ ବାହାରେ ଛାଡ଼ି ଦେଇଥିଲେ। ଏହି ଟଣାଓଟରା ସମୟରେ ମହିଳାଙ୍କ ପିନ୍ଧା ଶାଢୀ ଚିରି ଯାଇଥିଲା। ଅସହାୟ ମହିଳାଙ୍କୁ ଜୋରଜବଦସ୍ତି ଭାବେ ଟେକି ଟେକି ନେଇ ଯିବାର ଏ ଭିଡିଓ ସୋଶାଲ ମିଡିଆ ଭାଇରାଲ ହୋଇଥିଲା। ଏହାକୁ ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ପରେ ଏହି ଘଟଣାରେ ପୁଲିସ କର୍ମଚାରୀଙ୍କୁ ପୁଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି । Categories: ଓଡ଼ିଶା, କଟକ, ଯାଜପୁର, ହୋମ୍ Related Content ସିଂହଦ୍ୱାରରେ ଦେବୀସଭା ବିଦାୟ ନେଲେ ଗୋସାଣୀ by Proprietor Abhimanyu Maharana October 23, 2026 ଧର୍ମପ୍ରାଣା ମହିଳା ବିଦୁଲତା ମହାନ୍ତି ଙ୍କ ପରଲୋକ by Proprietor Abhimanyu Maharana October 23, 2026 କେ.ନୂଆଗାଁ ପୋଲିସର ସଫଳତା, ୯ ଜୁଆଡି ଗିରଫ : ଲକ୍ଷାଧିକ ଟଙ୍କା ଜବତ by Proprietor Abhimanyu Maharana October 23, 2026 ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ , ୭ଟି ସ୍ଥାନରେ ରେଡ୍ : ବିପୁଳ ପରିମାଣର ସମ୍ପତ୍ତି ଠାବ by Proprietor Abhimanyu Maharana October 23, 2026 ସ୍ୱତନ୍ତ୍ର ଅଭିଯାନ ୬.୦ ଅଧୀନରେ ଖୋର୍ଦ୍ଧାରୋଡ୍ ମଣ୍ଡଳ ପକ୍ଷରୁ ‘ରେଳ ଜନ ସମ୍ବାଦ’ ଆୟୋଜିତ by Proprietor Abhimanyu Maharana October 23, 2026 ମୁକୁଳା ଡ୍ରେନ୍ ମରାମତି ସହିତ ସ୍ଲାବକଭର କାର୍ଯ୍ୟରେ ବ୍ୟତିକ୍ରମ କୁ ତଦାରଖ କରିବା ପାଇଁ ଦାବି by Proprietor Abhimanyu Maharana October 22, 2026