Home ଓଡ଼ିଶା ଚାନ୍ଦବାଲି ଥାନା ସମ୍ମୁଖରେ ଦଳିତ ମହିଳାଙ୍କୁ ପୋଲିସ ଘୋଷାଡ଼ି ନେବା ଘଟଣା – ଜଣେ ASI by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୮ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚାନ୍ଦବାଲି :-> ଚାନ୍ଦବାଲି ଥାନା ସମ୍ମୁଖରେ ଦଳିତ ମହିଳାଙ୍କୁ ପୋଲିସ ଘୋଷାଡ଼ି ନେବା ଘଟଣା -ଜଣେ ASI, ଜଣେ କନଷ୍ଟେବଲ୍ ଓ ଜଣେ ହୋମଗାର୍ଡଙ୍କୁ ବଦଳି, ଭଦ୍ରକ ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ବଦଳି କଲେ ଏସ୍ପି. ଜୁନ୍ ୨୫ ସନ୍ଧ୍ୟା ସମୟରେ ଘୋଷାଡ଼ି ଘୋଷାଡ଼ି ନେଇଥିଲା ପୋଲିସ , ଗତ ୨୫ ତାରିଖ ସନ୍ଧ୍ୟାରେ ରାଜନଗରର ଅଞ୍ଚଳର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ କିଏ ମାରପିଟ କରିଥିବା ନେଇ ଚାନ୍ଦବାଲି ଥାନାକୁ ଅଭିଯୋଗ କରିବା ପାଇଁ ଆସିଥିଲେ। ଏହି ସମୟରେ ଜଣେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଉଥିଲା । ସେ ଥାନା ସମ୍ମୁଖରୁ ଏକ ନୂଆ ଚପଲ ପିନ୍ଧି ଯାଇଥିବା ବେଳେ ଖୋଳକୁ ସେଠାରେ ଫୋପାଡ଼ି ଦେଇଥିଲେ। ଉକ୍ତ ଖୋଳରେ ମହିଳାଙ୍କ ଝିଅ ଖେଳିଥିଲା। ଝିଅ ଖେଳି ସାରିବା ପରେ ମହିଳା ଜଣଙ୍କ ଏହି ଖୋଳକୁ ଗେଟ୍ ପାଖକୁ ଫୋପାଡ଼ି ଦେଇଥିଲେ। ମାତ୍ର ଉକ୍ତ ଖୋଳକୁ ଡଷ୍ଟବିନରେ ପକାଇବାକୁ ଜଣେ କନଷ୍ଟେବଳ ମହିଳାଙ୍କୁ କହିଥିଲେ। ମାତ୍ର ସେ ମନା କରିବାରୁ ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ କନଷ୍ଟେବଳ ଉକ୍ତ ମହିଳାଙ୍କ ଗାଲକୁ ସାତଆଠ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି । ପରେ ମହିଳା ଜଣଙ୍କ ପାଟି କରିବାରୁ କନଷ୍ଟେବଳ ଜଣକ ତାଙ୍କୁ ଏକ ବାଡ଼ିରେ ନିର୍ଧୂମ ପିଟିଥିଲେ। ଏହାପରେ ୩ ଜଣ ପୁଲିସ୍ ପହଞ୍ଚି ତାଙ୍କୁ ଜବରଦସ୍ତି ଟେକି ନେଇ ଥାନା ଗେଟ୍ ବାହାରେ ଛାଡ଼ି ଦେଇଥିଲେ। ଏହି ଟଣାଓଟରା ସମୟରେ ମହିଳାଙ୍କ ପିନ୍ଧା ଶାଢୀ ଚିରି ଯାଇଥିଲା। ଅସହାୟ ମହିଳାଙ୍କୁ ଜୋରଜବଦସ୍ତି ଭାବେ ଟେକି ଟେକି ନେଇ ଯିବାର ଏ ଭିଡିଓ ସୋଶାଲ ମିଡିଆ ଭାଇରାଲ ହୋଇଥିଲା। ଏହାକୁ ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ପରେ ଏହି ଘଟଣାରେ ପୁଲିସ କର୍ମଚାରୀଙ୍କୁ ପୁଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି । Categories: ଓଡ଼ିଶା, କଟକ, ଯାଜପୁର, ହୋମ୍ Related Content ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana September 7, 2026 ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬ by Proprietor Abhimanyu Maharana September 7, 2026 ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତଦେହ ଠାବ by Proprietor Abhimanyu Maharana September 7, 2026 ଚିତ୍ରାଙ୍କନ, ଓଡ଼ିଆ ହସ୍ତାକ୍ଷର ଓ ଭାଷାଜ୍ଞାନ ପ୍ରବନ୍ଧ ପ୍ରତିଯୋଗିତା by Proprietor Abhimanyu Maharana September 7, 2026 ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ by Proprietor Abhimanyu Maharana September 7, 2026 ନୟାଗଡ଼ରେ ଜିଲ୍ଲା ସ୍ତରୀୟ ନାରୀ ଜାଗରଣ ଶୋଭାଯାତ୍ରା ଓ ସମ୍ମିଳନୀ ଅନୁଷ୍ଠିତ by Proprietor Abhimanyu Maharana September 7, 2026