୩୦ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଆଜି ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି l ଆଜି ରବିବାର ଥିବାରୁ ତାଙ୍କର ଅବସର ଗ୍ରହଣ ପରିପ୍ରେକ୍ଷୀରେ ଗତକାଲି ଶନିବାର ଅପରାହ୍ଣରେ ଲୋକସେବା ଭବନ କାର୍ଯ୍ୟାଳୟରେ ବିଦାୟୀ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନାଙ୍କୁ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଡି କେ ସିଂ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି.ମାଥିଭାଥାନନଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବ, ଲୋକସେବା ଭବନ, ଖାରବେଳ ଭବନ ଏବଂ ଅନ୍ୟ ବିଭିନ୍ନ କାର୍ଯ୍ୟାଳୟରେ କାର୍ଯ୍ୟରତ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀମାନେ ସାକ୍ଷାତ କରି ତାଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଅବସରକାଳୀନ ସମ୍ବର୍ଦ୍ଧନା ଓ ଶୁଭେଚ୍ଛା ଜଣାଇଥିଲେ l
