ରାଜ୍ୟବାସୀଙ୍କୁ ଆନ୍ତରିକ ଧନ୍ୟବାଦ ଓ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ସଭାପତି
ବିଜୟ ପଛରେ ଅନେକ ପିଢୀର ବଳିଦାନ ଓ ବର୍ତମାନ କାର୍ଯ୍ୟକର୍ତାଙ୍କ କଠିନ ପରିଶ୍ରମ ରହିଛି : ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଓଡ଼ିଶାରେ ବିଜେପି ସରକାରର ଶ୍ରେୟ ମହାପ୍ରଭୁ ଶ୍ରୀଜଗନ୍ନାଥ, ସାଢେ ୪ କୋଟି ଓଡ଼ିଆ ଏବଂ ବିଜେପି କାର୍ଯ୍ୟକର୍ତ୍ତାଙ୍କ ନିକଟରେ ସମର୍ପିତ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ବିକଶିତ ଓଡିଶା ଗଠନ ଆମ ସମସ୍ତଙ୍କ ମୁଳ ଲକ୍ଷ୍ୟ : କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ
ବର୍ତମାନ ରାଜ୍ୟରେ ଡବଲ ଇଂଜିନ ସରକାର । ଜମି ଅଧିଗ୍ରହଣ ସମସ୍ୟାର ସମାଧାନ କରାଯାଇ ତ୍ୱରିତ ବିକାଶ କରାଯିବ ରେଳମନ୍ତ୍ରୀ : କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା, କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ସହ ପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡିଙ୍କ ସମେତ କେନ୍ଦ୍ରମନ୍ତ୍ରୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ସମସ୍ତ ନେତୃବୃନ୍ଦଙ୍କୁ ରାଜ୍ୟବାସୀଙ୍କ ତରଫରୁ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଥିଲେ

୩୦ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଓଡ଼ିଶାର ସାଢ଼େ ୪ କୋଟି ଜନତାଙ୍କ ଆଶୀର୍ବାଦରେ ବିଜେପି ରାଜ୍ୟରେ ପ୍ରଥମ ଥର ପାଇଁ ଏକାକୀ ସରକାର ଗଠନ କରିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଓଡିଶାରେ ବିଜେପିକୁ ଏହି ସଫଳତା ମିଳିପାରିଛି । ରାଜ୍ୟବାସୀ ଏଥର ୭୮ ଜଣ ବିଧାୟକ ଏବଂ ୨୦ ଜଣ ସାଂସଦଙ୍କୁ ନିର୍ବାଚିତ କରି ବିଧାନସଭା ଏବଂ ଲୋକସଭାକୁ ପ୍ରତିନିଧିଭାବେ ପଠାଇଛନ୍ତି । ବିଜେପି ସରକାର ଗରିବ ଲୋକଙ୍କ ସରକାର, କୃଷକଙ୍କ ହକ୍ ପାଇଁ ବିଜେପି ସରକାର କାର୍ଯ୍ୟ କରିବ । ମହିଳାଙ୍କୁ ସୁରକ୍ଷା, ସଶକ୍ତୀକରଣ କରିବା ସହ ଯୁବକମାନଙ୍କୁ ସ୍ୱାବଲମ୍ବୀ କରିବାକୁ କାର୍ଯ୍ୟ କରିବ । ସଂକଳ୍ପପତ୍ରରେ ଯାହା ସବୁ ପ୍ରତିଶ୍ରୁତି ଦେଇଛି, ସେସବୁ ପୂରଣ କରିବା ପାଇଁ ବିଜେପି ସରକାର ସଂକଳ୍ପବଦ୍ଧ । ଲୋକଙ୍କ ବିଶ୍ୱାସକୁ ବିଜେପି ଅତୁଟ ରଖିବ । ସ୍ୱାବଲମ୍ଭୀ ଓ ବିକଶିତ ଓଡ଼ିଶା ଗଠନ ପାଇଁ ବିଜେପି ସରକାର କାର୍ଯ୍ୟ କରିବ । ବିଜେପି ସରକାର ଓଡିଶା ଲୋକଙ୍କ ସହ ଜୀବନ୍ତ ସମ୍ପର୍କ ରଖିବ । ଲୋକଙ୍କ ସମସ୍ୟାର ସମାଧାନକୁ ପ୍ରାଥମିକତା ଦିଆଯିବ ।
