
0୨ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଇଣ୍ଡିଆନ୍ ପେନାଲ୍ କୋଡ୍ (୧୮୬୦) ବଦଳରେ ଭାରତୀୟ ନ୍ୟାୟ ସଂହିତା, କୋଡ୍ ଅଫ୍ କ୍ରିମିନାଲ୍ ପ୍ରୋସିଜିଓର (୧୯୭୩) ବଦଳରେ ଭାରତୀୟ ନାଗରିକ ସୁରକ୍ଷା ସଂହିତା, ଇଣ୍ଡିଆନ୍ ଏଭି ଏଭିଡେନ୍ସ ଆକ୍ଟ ଅଧିନିୟମ (୧୮୭୨) ବଦଳରେ ଭାରତୀୟ ସାକ୍ଷ୍ୟ ଅଧିନିୟମ ୨୦୨୩ କରାଯାଇଛି । ଏହି ନିୟମ ଆଜିଠାରୁ କାର୍ଯ୍ୟକାରୀ ହୋଇଥିବାରୁ ଆର,ଉଦୟଗିରି ଥାନାରେ ଏନେଇ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
