ବଜ୍ରୋକୋଟ ପ୍ରାଥମିକ ବିଦ୍ୟାଳୟ ରେ ବନ ମହୋତ୍ସବ

୦୪ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚାନ୍ଦପୁର :-> ରଣପୁର ବ୍ଲକ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ   ୭୫ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇ ଯାଇଛି | ଏଥିରେ ଅତିଥି ଭାବେ ରଣପୁର ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ,  ଶିକ୍ଷାବିତ ଲକ୍ଷ୍ମୀଧର ସାହୁ, ଫରେଷ୍ଟ ଅଫିସର ଅବିନାଶ ଖୁଣ୍ଟିଆ ପ୍ରମୁଖ ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଆୟୋଜିତ ହୋଇଥିଲା |

କାର୍ଯ୍ୟକ୍ରମ ପାଳନ ଅବସରରେ ପ୍ରଥମେ ଧୂପ ଦୀପ ନୈବେଦ୍ୟ ଅର୍ପଣ କରି ଚାରା କୁ ପୂଜା କରାଯାଇ ରୋପଣ  କରାଯାଇଥିଲା | ଏହି ଅବସରରେ ଆମ୍ବ, ପଣସ, ଝାଉଁ, ପେସ୍ତା ବାଦାମ ଗଛ ଲଗାଯାଇଥିଲା | ଚାରା ରୋପଣ ସହ ଚାରା ର ସୁରକ୍ଷା ସମ୍ପର୍କ ରର ଅତିଥି ମାନେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କୁ ସଚେତନ କରାଇଥିଲେ ।

Exit mobile version