ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ବିଧାନସଭା ପରିସରରେ ପୂର୍ବତନ ମନ୍ତ୍ରୀ ଶ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛନ୍ତି

୦୫ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର :-> ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀଙ୍କ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଶୋକବାର୍ତ୍ତା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଗଭୀର ଶୋକ ପ୍ରକାଶ କରିଛନ୍ତି | ସେ କହିଛନ୍ତି ଯେ ପୁରୀର କାକଟପୁରରୁ ନିର୍ବାଚିତ ହୋଇ ପୁରୀ ଜିଲ୍ଲା ସହ ସମଗ୍ର ରାଜ୍ୟର ଲୋକଙ୍କ ପ୍ରଗତି ଓ ଉନ୍ନତିରେ ତାଙ୍କ ଅବଦାନ ଅତୁଳନୀୟ | ବହୁ ବାର ନିର୍ବାଚିତ ବିଧାୟକ, ସୁଦକ୍ଷ ପ୍ରଶାସକ ଓ ମନ୍ତ୍ରୀ ଭାବେ ତାଙ୍କ କାର୍ଯ୍ୟ ଉଚ୍ଚ ପ୍ରଶଂସନୀୟ |

ଜଣେ ଦକ୍ଷ ଓ ଦରଦୀ ନେତା ଭାବେ ସେ ଓଡ଼ିଶାର ପ୍ରିୟଭାଜନ ହୋଇପାରିଥିଲେ | ତାଙ୍କ ବିୟୋଗ ରାଜ୍ୟ ରାଜନୀତିର ଏକ ଅପୂରଣୀୟ କ୍ଷତି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମତବ୍ୟକ୍ତ କରିଛନ୍ତି | ଏଭଳି ଦୁଃଖଦ ସମୟରେ ତାଙ୍କ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହିତ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ତାଙ୍କ ଶୋକବାର୍ତ୍ତାରେ ପ୍ରକାଶ କରିଛନ୍ତି |

ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ବିଧାନସଭା ପରିସରରେ ପୂର୍ବତନ ମନ୍ତ୍ରୀ ଶ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛନ୍ତି ।

Exit mobile version