ପ୍ରଧାନଶିକ୍ଷକଙ୍କ ଅବସର କାଳୀନ ସମ୍ୱର୍ଦ୍ଧନା ସଭା 

୦୬ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ବେଗୁନିଆ  :->  ବେଗୁନିଆ ବ୍ଲକ ବାଘମାରୀ ପଂଚାୟତ ଅନ୍ତର୍ଗତ ଅଟ୍ରି ସ୍ଥିତ ଏକାଦଶ ରୁଦ୍ର ତଥା ବାବା ହଟ୍ଟକେଶ୍ୱର ପୀଠରେ କୋଚିଆ ଖାଲ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦାଶରଥି ପ୍ରଧାନଙ୍କ ଅବସର କାଳୀନ ସମ୍ୱର୍ଦ୍ଧନା ସଭା ଅନୁଷ୍ଠିତ ହୋଇଛି । ଏଥିରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ସମ୍ପାଦକ ରବୀନ୍ଦ୍ର ନାଥ ସାହୁଙ୍କ ଆବାହକତ୍ବ ଓ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ସଭାପତି  ରବୀନ୍ଦ୍ର କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ବିଧାୟକ ପ୍ରଦୀପ କୁମାର ସାହୁ ମୁଖ୍ୟଅତିଥି, ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାସ୍କର ଚନ୍ଦ୍ର ଲେଙ୍କା ମୁଖ୍ୟବକ୍ତା,

ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମୀଧର ସୁବୁଦ୍ଧି, ସହ ଗୋଷ୍ଠୀଶିକ୍ଷା ଅଧିକାରୀ ଚନ୍ଦ୍ରକାନ୍ତି ନାୟକ,ସହଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ସେଠୀ, ଅବସରପ୍ରାପ୍ତ ସହ ଗୋଷ୍ଠୀ ଶିକ୍ଷାଅଧିକାରୀ ବିଷ୍ଣୁ ପ୍ରସାଦ ମିଶ୍ର, ସହ ଶିକ୍ଷାଅଧିକାରୀ ଦିଲ୍ଲୀପ କୁମାର ମହାପାତ୍ର,ଶିକ୍ଷାବିତ ପବିତ୍ର ମୋହନ ଖାଡଙ୍ଗା,ଓଷ୍ଟା ବ୍ଲକ ସଭାପତି ଗଣେଶ୍ୱର ମିଶ୍ର,ପ୍ରଧାନଶିକ୍ଷକ ଯୋଗେଶ ଚନ୍ଦ୍ର ସାମନ୍ତସିଂହାର,ଗଣେଶ୍ୱର ସ୍ଵାଇଁ,

ପୂର୍ବତନ ସହ ଶିକ୍ଷାଅଧିକାରୀ ତଥା ପ୍ରଧାନ ଶିକ୍ଷକ ସୁରେଶ ଚନ୍ଦ୍ର ସେଠୀ,ସଂଘର ଉପଦେଷ୍ଟା ବସନ୍ତ କୁମାର ପ୍ରହରାଜ ଓ ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ଦାଶରଥି ବେହେରା ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ବିଦାୟୀ ପ୍ରଧାନଶିକ୍ଷକଙ୍କ ଗୁଣ ଗାନ କରିବା ସହ ଉତ୍ତରୋତ୍ତର ଉନ୍ନତି କାମନା ପାଇଁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଥିଲେ ।ଶିକ୍ଷକ ଅଖିଳେଶ ମହାପାତ୍ରଙ୍କ ସଂଯୋଜନା କରିଥିବା ବେଳେ ଶିକ୍ଷକ ସୁଧାକର ସେଠୀ ଅତିଥି ପରିଚୟ ପ୍ରଦାନ କରିଥିଲେ । ଶେଷରେ ସିଆରସିସି ସରୋଜ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

Exit mobile version